ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

କୋରାପୁଟ,୧୬।୧()ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉତ୍ସବ ପାଳନ ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା।ପୂର୍ବରୁ ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ବକୃତା,ଦେଶାତ୍ମବୋଧକ ସଂଗୀତ,କୁଇଜ୍ ଓ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜନ କରାଯିବ। ୨୫ ତାରିଖ ଦିନ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଆଲୋକୀକରଣ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ସାଧାରଣତନ୍ତ୍ର ପାଳନ ଅବସରରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯିବ ତେଣୁ ସମସ୍ତ ସ୍ବେଚ୍ଛାକୃତ ରକ୍ତଦାନ କରିବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।ଏହି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକମ କରାଯିବ। ୨୨ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଅଭ୍ୟାସଗତ ପ୍ୟାରେଡ ଆୟୋଜନ କରାଯିବ। ।୨୬ ତାରିଖ ଦିନ ସକାଳ ୫ ଘଟିକା ସମୟରେ ଡାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୂନ ଗାନ,ସକାଳ ୭ଟା ସମୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୮ଟା ୩୦ ମିନିଟରେ ପୁଲିସ ପଡିଆ ଠାରେ ଆନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ ବୋଲି ନିଷ୍ପତି ନିଆଯାଇଛି । କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ପ୍ରଜ୍ଞାପନ ମେଢ ପ୍ରଦର୍ଶିତ କରାଯିବାକୁ ନିଷ୍ପତି ନିଆଯାଇଛି । ବୈଠକରେ କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, ଜିଲ୍ଲା ବିଜେପି ସଭାପତି ସୁମନ୍ତ କୁମାର ପ୍ରଧାନ ,ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା,ଜିଲ୍ଲା ପୁଲିସ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ ସୀସା ଯୋଗଦେଇ ପରିଚାଳନା କରିଥିବା ବେଳେ କାର୍ଯ୍ୟାଳୟର ଏ କେ ବେହେରା, ସନ୍ତୋଷ କୁମାର ସେଠୀ ପ୍ରମୁଖ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଆମ ସଂକଳ୍ପ “ନିଶା ନୁହେଁ, ଜୀବନ” ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୁଦ୍ଧରେ ସଚେତନତା ନିମନ୍ତେ ସ୍ୱତନ୍ତ୍ର ଅଭିଯାନ 

masiha

ପ୍ରକାଶ ପାଇଲା କବିତା ପ୍ରତିଯୋଗିତାର ଫଳାଫଳ, ରଞ୍ଜୁଲତା, ପ୍ରଦର୍ଶିନୀ ଓ ଶକ୍ତିଦା ପାଇଲେ ସ୍ଥାନ

masiha

ବ୍ଲକ ପ୍ରଶାସନ ତରଫରୁ ବରିଷ୍ଠ ମାନଙ୍କୁ ସମ୍ବର୍ଦ୍ଧିତ 

masiha

Leave a Comment

error: Content is protected !!