ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାୟଗଡ / ପଦ୍ମପୁର ୨୦.୦୧.୨୦୨୫ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଦ୍ମପୁର ବ୍ଲକ ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର ଅଧ୍ୟକ୍ଷତା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଲାଲ ମୋହନ ରାଉତରାୟ, ପଦ୍ମପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମଣିମାଳା ଶବର ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

        ଆଜି ମୋଟ ୩୩ ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୩୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୦୧ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ଆବାସ ଯୋଜନା ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ,ଜଳସେଚନ, ଭତ୍ତା, ଧାନ ଉଠାଇବା, ଜମିଜମା ରେଜିଷ୍ଟ୍ରାସନ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶିବିରରେ ତହସିଲଦାର ପଦ୍ମପୁର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଦ୍ମପୁର ଶ୍ରୀବିଜୟ କୁମାର ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଦାସୀରଥି ସରେନ, ଜିଲ୍ଲା ମତ୍ସ ଅଧିକାରୀ ଉପ ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ସେଠି, ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ନିର୍ବାହୀଯନ୍ତ୍ରୀ ସୁନୀଲ କୁମାର ରାଉତ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଗୋପାଳ ନାୟକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣି ଶିବିରକୁ ପଦ୍ମପୁର ବ୍ଲକର କର୍ମଚାରୀ ପରିଚାଳନା କରିଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ସେବା ଓ ତ୍ୟାଗ ମଣିଷକୁ ଶ୍ରେଷ୍ଠ କରେ, କାଳୀକୃଷ୍ଣ ସଂଘର ସଂକଳ୍ପ ଦିବସ ପାଳିତ 

Sunil Chandra Nayak

ମନରେଗା କାର୍ଯ୍ୟ ରତ ଥିବା ଶ୍ରମିକ ଙ୍କୁ କାର୍ଯ୍ୟରୁ ବାଦ 

Sunil Chandra Nayak

କାଳ ବୈଶାଖୀ ତାଣ୍ଡବ ଗୋବର୍ଲା ବିଦ୍ୟାଳୟରୁ ଉଡିଲା ଛାତ

Sunil Chandra Nayak

Leave a Comment

error: Content is protected !!