ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମାନେ ହିଁ ସାଧାରଣ ଜନତା ଙ୍କ ରକ୍ଷା କବଚ ‘ ଉପାନ୍ତ ଖବର ର ଚତୁର୍ଥ ବାର୍ଷିକ ଉତ୍ସବ ରେ ଅତିଥି ମାନଙ୍କ ମତ 

କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମାନେ ହିଁ ସାଧାରଣ ଜନତା ଙ୍କ ରକ୍ଷା କବଚ ‘ ଉପାନ୍ତ ଖବର ର ଚତୁର୍ଥ ବାର୍ଷିକ ଉତ୍ସବ ରେ ଅତିଥି ମାନଙ୍କ ମତ 

ଭୁବନେଶ୍ୱର -କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମାନେ ହିଁ ସାଧାରଣ ଜନତା ଙ୍କ ରକ୍ଷା କବଚ ବୋଲି ସ୍ଥାନୀୟ ଲୋହିଆ ଏକାଡେମୀ ଠାରେ ଆୟୋଜିତ ଉପାନ୍ତ ଖବର ର ଚତୁର୍ଥ ବାର୍ଷିକ ଉତ୍ସବରେ ଅତିଥି ମାନେ ଉପରୋକ୍ତ ମନ୍ତବ୍ୟ ପ୍ରକାଶ କରିଛନ୍ତି। ଲମ୍ବୋଦର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଇଁ. ରୂପେଶ ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ତଥା ପ୍ରେମ ର ଅଧ୍ୟକ୍ଷ ଡ.ଜକୋବ ଥୁଣ୍ଡିଲ, ମୁଖ୍ୟ ବକ୍ତା ଭାବେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଗଠନ ର ଅଧ୍ୟକ୍ଷ ତଥା ନବୀନ ସମ୍ବାଦ ପତ୍ର ର ସମ୍ପାଦକ ରବି ରଥ, ଅନ୍ୟତମ ଅତିଥି ଭାବେ ବିଶିଷ୍ଟ ହାସ୍ୟ ଅଭିନେତା ପପୁ ପମ ପମ, ରାଜ୍ୟ କଂଗ୍ରେସ କୃଷକ ସେଲ୍ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ, ଅବସର ପ୍ରାପ୍ତ ମୁଖ୍ୟ ଯନ୍ତ୍ରୀ ଇଂ. ସଞ୍ଜୀବ କୁମାର ଦାସ ଶର୍ମା, ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ. ନଗେନ୍ଦ୍ର ନାଥ ମହାରଣା ଓ ସମାଜସେବୀ ପରମେଶ୍ବର ଦାସ ପ୍ରମୁଖ ଯୋଗଦେଇ ଉପାନ୍ତ ଖବର ର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ବରିବେଶବିତ୍ ଶୋଭାକର ବେହେରା ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପତ୍ରିକାର ପ୍ରତିଷ୍ଠାତା ସମ୍ପାଦକ ଗଣେଶ ଚନ୍ଦ୍ର ବିଷୋୟୀ ସଂପାଦକୀୟ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଭିନ୍ନ କୃତ୍ତି ପ୍ରତିଭା ଓ ପତ୍ରିକାର ପ୍ରତିନିଧି ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା। ଏହା ସହିତ ଉପାନ୍ତ ଖବର ର ସ୍ଵ ନକ୍ଷତ୍ର ସଂଖ୍ୟା କୁ ଅତିଥି ମାନେ ଉନ୍ମୋଚିତ କରିଥିଲେ। ଉତ୍ସବ ରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶତାଧିକ ପ୍ରତିନିଧି ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉପାନ୍ତ ଖବର ର ପରିଚାଳନା ସମ୍ପାଦକ ପଣ୍ଡିତ ଅଜିତ କୁମାର ଦାସ ଙ୍କ ସମେତ ସମସ୍ତ ପ୍ରତିନିଧି ସୂ ପରିଚାଳନା କରିଥିଲେ।

ଅକ୍ଷୟ ବିଶ୍ବାଳ ମସିହା ନିଉଜ

 

Related posts

ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଉପଲକ୍ଷେ ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

Sunil Chandra Nayak

କଂସାର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଆମ ଗାଁରେ ତହସିଲ କାର୍ଯ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୧ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ 

masiha

Leave a Comment

error: Content is protected !!