ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ପାଳିତ

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ପାଳିତ

ଭବାନୀପାଟଣା: ତା 23/01 କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦିଲୀପ କୁମାର ମହାରଣା, ଡେପୁଟି କଲେକ୍ଟର ପବିତ୍ର କୁମାର ସାମଲ, ଉପ ନିର୍ଦେଶକ ପ୍ଲାନିଂ ଶ୍ରୀକାନ୍ତ ଦଳାଇ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ,ନିର୍ବାହୀ ଅଧିକାରୀ ପୌରପାଳିକା ସତ୍ୟ ସମ୍ପର୍ଣ୍ଣl ରାଉତ, ସହକାରୀ ଜିଲ୍ଳାପାଳ ଶରତ କୁମାର ସାହୁ, ସୁଶାନ୍ତ କୁମାର ନାୟକ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ନେତାଜୀ ଙ୍କର ଫୋଟ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କର ଆଦର୍ଶ ଜୀବନୀ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। 

( ମ ନି ସ ) 

Related posts

ଭାବାବେଗ ପରିବେଶ ମଧ୍ୟରେ ସାମ୍ବାଦିକଙ୍କ ଶୋକସଭା 

masiha

ନାଟକ *ମୁଁ ଆଦିବାସୀ ନବରଙ୍ଗପୁରିଆ* ଏବଂ   *ଛି କି କଥା ଏଗୁଡିକ* ଦର୍ଶକଙ୍କ ମନ ମୋହିଲା 

masiha

ଡିଆଇଜି, ଜିଲ୍ଲାପାଳ ଓ ଏସପିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନର କର୍ମକର୍ତ୍ତା

Leave a Comment

error: Content is protected !!