ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ୭୬ ସାଧାରଣତନ୍ତ୍ର ଦିବସ ପାଳିତ 

ଡାବୁଗାଁରେ ୭୬ ସାଧାରଣତନ୍ତ୍ର ଦିବସ ପାଳିତ 

ଡାବୁଗାଁ, ୨୭/୧ (ମ.ନି.ସ.) – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ, ତହସିଲ କାର୍ଯ୍ୟ|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟ|ଳୟ, ସାମ୍ବାଦିକ ସଂଘ କାର୍ଯ୍ୟ|ଳୟ, ଡ୍ରାଇଭର ମହାସଂଘ ଓ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟ|ଳୟ ଓ ବିଦ୍ୟାଳୟ ଗୁଡିକରେ ୭୬ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି | ଏହା ସହ ଡାବୁଗାଁ ବ୍ଲକ ସଦରମହକୁମା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ | ଅନୁଷ୍ଠିତ ପରେଡରେ ମୋଟ ୧୧ ଟି ପରେଡ ଗ୍ରୁପ ଭାଗ ନେଇଥିଲେ | ଏଥିରେ ଡାବୁଗାଁ ଓଡିଶା ଆଦର୍ଶ ବିଦ୍ୟାଳୟର କନିଷ୍ଠ ବିଭାଗ ପରେଡରେ ପ୍ରଥମ ହୋଇଥିବା ବେଳେ ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଗାଇଡ ଗୃପ (୨ୟ) ଓ ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ସ୍କାଉଟ ଗୃପ (୩ୟ) ସ୍ଥାନ ଅଧିକାର କରିଥିଲେ ଓ ଶ୍ରେଷ୍ଠ କମାଣ୍ଡର ଭାବେ ଏଲିନା ହିଆଲ ଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା | ଏଥିରେ ବ୍ଳକ ଅଧ୍ୟକ୍ଷା ବୀଣା ମାଝୀ, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ର କୁମାର ମିଶ୍ର, କଂଗ୍ରେସ ବ୍ଳକ ସଭାପତି ଜି ସାଇ ରାଜୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଏସ୍ ଆଇ ବିଜୁରାମ ବାଗ, ଏଏସଆଇ ଚନ୍ଦ୍ରଶେଖର ହଜାରୀ, ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାସ ଚନ୍ଦ୍ର ରାୟ, କ୍ରୀଡା ଶିକ୍ଷକ ହେମନ୍ତ କୁମାର ସାମଲ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଶିକ୍ଷକ ବିଶ୍ଵେଷ କୁମାର ତ୍ରିପାଠୀ, ବଲ୍ଳଭ ନାରାୟଣ ପଣ୍ଡା, ଅମୂଲ୍ୟ ଦଳାଇ, ଶିକ୍ଷୟତ୍ରୀଶିକ୍ଷକ, ଛାତ୍ରୀଛାତ୍ର ମାନେ ଯୋଗ ଦେଇଥିଲେ | ଶେଷରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀ ଛାତ୍ର ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ କ୍ରାନ୍ତି ଯାତ୍ରା 

Sunil Chandra Nayak

ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

masiha

ମାଟିଗାଁ ,ବାଣିଜରା, ଓ ବଳଦିଆମାଲ ରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲି ଉଦ୍ଘାଟିତ 

Sunil Chandra Nayak

Leave a Comment

error: Content is protected !!