ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

 କାଶୀପୁର /ରାୟଗଡ/୨୭-୦୧-୨୦୨୫ : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର,ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ ଖେମୁଣ୍ଡୁ, ଉପଜିଲ୍ଲାପାଳ ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ,ଜିଲ୍ଲାମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼କ୍ଟର ଲାଲମୋହନ ରାଉତରାୟ,ପିଏ ପିଏଆଇଟିଡ଼ିଏ ଚନ୍ଦ୍ର କାନ୍ତ ନାୟକ,ସମିତି ଅଧ୍ୟକ୍ଷ, କଣ୍ଠମାଝି, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l ଆଜି ମୋଟ ୯୫ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୫୬ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ  ୩୯ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୩ ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୩୫୦୦୦/-ଟଙ୍କା ପ୍ରଦାନ କରିଛନ୍ତି l ଜିଲ୍ଲାପାଳ ୭ଟି ଅଭିଯୋଗ ତତକ୍ଷଣତ ଫଇସଲା କରିଛନ୍ତି l ଏହି ଅଭିଯୋଗ ଶିବିରରେ ଜିଲ୍ଲା ମୁଖ୍ୟ କୃଷି ଅଧକାରୀ, ବିଷ୍ଣୁ ପ୍ରସାଦ କର,ଉଦ୍ୟାନ କୃଷି ଉପନିର୍ଦେଶକ ଦୟାନିଧି ରାଉତ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ,ଜିଲ୍ଲାସାମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ମିନତୀ ଦେଓ, ଜିଲ୍ଲା ମତ୍ସ୍ଯ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅlଲେନୁର, ଜିଲ୍ଲା ଯୋଗାଣ ଅଧିକାରୀ ଦାଶରଥି ସୋରେନ,ସମେତ କାଶୀପୁର ବିଡ଼ିଓ ଶ୍ରୀ ତନ୍ମୟ ପlତ୍ର,ତହସିଲଦାର ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

   

Related posts

ନର୍ଲା ବ୍ଲକକୁ ଦୁର୍ନୀତି ମୁକ୍ତ କରିବାକୁ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଦାବୀ ପତ୍ର ପ୍ରଦାନ 

Sunil Chandra Nayak

ବିଧାୟକଙ୍କ ଦ୍ୱାରା ବିସର୍ଜନ ପାଇଁ ନିର୍ମିତ କୁତ୍ରିମ ପୋଖରୀ ନିରୀକ୍ଷଣ

Sunil Chandra Nayak

ଗୁଡାରି ବନାଞ୍ଚଳରେ ବ୍ୟାପକ ଦୁର୍ନୀତି ଅଭିଯୋଗ: ବନ ବିଭାଗ ତଥ୍ୟ ଲୁଚାଉଛି କି ?

Sunil Chandra Nayak

Leave a Comment

error: Content is protected !!