ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର: (ତା୨୭.୦୧.୨୦୨୫)(ରବି ନାରାୟଣ ମହାନ୍ତି) ଆଜି ଚନ୍ଦାହାଣ୍ଡି ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ, ନବରଙ୍ଗପୁର ପ୍ରକାଶ ମିଶ୍ର, ବି ଡି ଓ ରାମକୃଷ୍ଣ ନାୟକ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୬୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଏହି ଅବସରରେ ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩ ଜଣଙ୍କୁ ହୁଇଲ୍ ଚେୟାର ଏବଂ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ୩୧ ଜଣଙ୍କୁ ସହାୟତା ପ୍ରଦାନ କରଯାଇଥିଲା।ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ l 

( ମ ନି ସ ) 

Related posts

ରାୟଗଡା ପ୍ରାଥମିକ ଶିକ୍ଷକ ସଂଘ ଦ୍ଵାରା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ସମ୍ଵର୍ଦ୍ଧିତ 

masiha

ଜିଲ୍ଲା ସ୍ତରୀୟ ପୋଷଣ ମାହ-୨୦୨୩ ପାଳିତ 

masiha

ମୋ ଅନୁଷ୍ଠାନ ନିକଟକୁ ଛୁଟି ଆସୁଛି ବିଦେଶରୁ ପ୍ରଶଂସାର ସୁଅ, ଆବଶ୍ୟକ ପଡିଲେ ରାଜ୍ୟ ଓ ଦେଶ ବାହାରେ କମ୍ବଳ ବାଣ୍ଟିବ ମୋ ଅନୁଷ୍ଠାନ

masiha

Leave a Comment

error: Content is protected !!