ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ, ଜଣେ ଗିରଫ 

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ, ଜଣେ ଗିରଫ 

 ମୟୂରଭଞ୍ଜ – ୩୦/୦୧ // ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଟେଣ୍ଟପୋଷି, ଚୁନୁସାହି ଓ ଧଳାବେଡା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୨୦୦ ଲିଟର ଦେଶୀ ରନ୍ଧା ମଦ ଓ ୫୨୦୦ ଲିଟର ମହୁଲ ପୋଚ ଜବତ କରିବା ସହିତ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧଳାବେଡା ଗ୍ରାମର ରାଇମାଥ ହେମ୍ରମ ଙ୍କୁ ଘଟଣା ସ୍ଥଳରୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ହୋଇଥିବା ଦେଶୀ ରନ୍ଧା ମଦ, ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଣଜିତ ସବର, ବିଶୋଇ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପିଙ୍କି ମାରାଣ୍ଡି, ସହ ଉପ-ନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଦିଲ୍ଲୀପ କୁମାର ଜେନା, ବିପ୍ଳବ କୁମାର ମଲ୍ଲିକ, ତମନ ପରିଡ଼ା, ସଂଜୀବ ମହାପାତ୍ର, ରାଜେନ୍ଦ୍ର ସେନାପତି, ପ୍ରିୟଙ୍କା ମହନ୍ତ, ଫୁଲମଣୀ ହାଁସଦା ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

କୂଅ ଭିତରୁ ବିବାହିତ ମହିଳା ଙ୍କ ମୃତ ଦେହ ଉଦ୍ଧାର…. ହତ୍ୟା ନା ଆତ୍ମହତ୍ୟା କାରଣ ଅପଷ୍ଟ

masiha

ଜିଏସଟି ଟିମର ଯାଞ୍ଚ ବେଳେ ପିକ ଅପ ଗାଡି ଉପରେ ଚଢ଼ାଉ, ୭୦ ହଜାର ଟଙ୍କା ଜୋରିମାନା ଆଦାୟ

ଧରାକୋଟ, ଚୋରୀ ଅଭିଯୋଗରେ ଚାରି ଗିରଫ 

Sunil Chandra Nayak

Leave a Comment

error: Content is protected !!