ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କାର୍ଯ୍ୟସୂଚୀ ଅନୁଯାୟୀ ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାର୍ଯ୍ୟସୂଚୀ ଅନୁଯାୟୀ ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ମୋଟ ୨୦୨ଗୋଟି ଅଭିଯୋଗର ହେଲା ଶୁଣାଣି 

  ମୟୂରଭଞ୍ଜ ତା ୦୩/୦୨ଆଜି ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ )ଶ୍ରୀ ବିଭୁତି ଭୂଷଣ ନାୟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ଯୁଗ୍ମ ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ୧୦ଟି ବ୍ଲକ ଏବଂ ସଦରମହକୁମାର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଜନଶୁଣାଣୀ ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ )ଶ୍ରୀ ନେତ୍ରାନନ୍ଦ ମଲ୍ଲିକ,

, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା,, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ପ୍ରଭାତ କୁମାର ବେହେରା ଓ ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା।   ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡ ର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ I ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୦୨ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା । ଏ ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ସମ୍ଭନ୍ଧୀୟ ଆପତ୍ତି ଅଭିଯୋଗ ମାନ ଥିଲା।

ଉକ୍ତ ୨୦୨ଗୋଟି ଅଭିଯୋଗ ମଧ୍ୟରୁ ୧୭୩ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ, ୨୯ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା।   ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ I ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ଛତା ମହୁଲ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକ ସମ୍ମିଳନୀ

Sunil Chandra Nayak

ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ସାଂସଦଙ୍କ ଦ୍ଵାରା ସଖୀ( ଓ୍ବାନ୍ ଷ୍ଟପ୍ ସେଣ୍ଟର) ଶୁଭ ଉଦଘାଟିତ

Sunil Chandra Nayak

ବାଇକ ଧକ୍କାରେ ବୃଦ୍ଧ ମୃତ

masiha

Leave a Comment

error: Content is protected !!