ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଭବାନୀପାଟଣା: ତା.3.02.2025 – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା 135 ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ 116 ଗୋଟି ଓ ସାମୂହିକ 19 ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଭତ୍ତା, ପାନୀୟଜଳ, ଜମିବିବାଦ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ, ଶିଶୁ ସୁରକ୍ଷା, ସାମାଜିକ ସୁରକ୍ଷା, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ  ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି,ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଶାନ୍ତ କୁମାର ସିଂହ, ଉପଜିଲ୍ଲାପାଳ, ଧର୍ମଗତ ଧିମାନ ଚାକମା, ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ପି ଡି, ଡ଼ୁଡା ମୁନୀନ୍ଦ୍ର ହୋନାଗା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ , ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଡି ଆର ସି ଏସ୍, ପ୍ରମୋଦ କୁମାର ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଲେନ୍ଦ୍ର ମହାପାତ୍ର, ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଆସନ୍ତା ଫେବୃଆରୀ 10 ତାରିଖରେ ଗୋଲାମୁଣ୍ଡା ବ୍ଲକ ରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହେବ । 

( ମ ନି ସ ) 

Related posts

ନିଆରା ରାକ୍ଷୀ ର ସମ୍ଭାର ,ବିଭିନ୍ନ ମହିଳା ଗୋଷ୍ଠୀ ଦ୍ଵାରା ପ୍ରସ୍ତୁତ ଓ ବିକ୍ରୟ କେନ୍ଦ୍ର ର ଶୁଭାରମ୍ଭ 

Sunil Chandra Nayak

ରାଇରଙ୍ଗପୁର ବ୍ଳକ ! ଗୁହାଳଡାଙ୍ଗିରୀ ପଞ୍ଚାୟତର କଲରାବଣି ଗାଁକୁ ରାସ୍ତା ହେବ କେବେ?

Sunil Chandra Nayak

ଖଲିପଥର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

masiha

Leave a Comment

error: Content is protected !!