ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ମୁଖ୍ୟାଳୟରୁ ଆରମ୍ଭ ହେଲା ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

ବ୍ଲକ ମୁଖ୍ୟାଳୟରୁ ଆରମ୍ଭ ହେଲା ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

ଲାଞ୍ଜିଗଡ଼, ୦୫/୦୨(ମନିସ)-ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ତୃଣମୂଳ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବାବେଳେ ଆଜି ସାରା ରାଜ୍ୟରେ ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏହିକ୍ରମରେ ଆଜି ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ଗୋପବନ୍ଧୁ ହାଇସ୍କୁଲ ପଡ଼ିଆରେ ବ୍ଲକସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଲାଞ୍ଜିଗଡ ବ୍ଲକ ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସର୍ବପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଭିଡିଓ କନଫରେନସିଂ ଜରିଆରେ ଏହାର ଶୁଭାରମ୍ଭ କରିଥିଲେ। ଏଥିପାଇଁ ଅନୁଷ୍ଠିତ ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର ସ୍ୱାଗତ ଅଭିଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏଥିରେ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ସାଂସଦ ପ୍ରତିନିଧି ନିରଞ୍ଜନ ବିଭାର, ଜିଲ୍ଲା ପରିଷଦ ସଦସ୍ୟ ଅଞ୍ଜଳୀ ମାଝୀ, ପରୀକ୍ଷିତ ନାଏକ, ସିଡିପିଓ ବିଜୟଶ୍ରୀ ସିଂହଦେଓ, ବ୍ଲକ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଅରବିନ୍ଦ ମହାପାତ୍ର, ବ୍ଲକ ମଙ୍ଗଳ ଅଧିକାରୀ ପଙ୍କଜ ବଳିୟାର ସିଂହ, ଏପିଓ ସଞ୍ଜିତ ପରିଡ଼ା, ବ୍ଲକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ସମିତି ସଦସ୍ୟ, ସଦସ୍ୟା, ଦୁଇ ହଜାରରୁ ଉର୍ଦ୍ଧ୍ୱ ପୁରୁଷ, ମହିଳା, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ, ବୁଦ୍ଧିଜୀବୀ ଓ ଜନସାଧାରଣ ଯୋଗ ଦେଇଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେହିପରି ବିଶ୍ୱନାଥପୁର ଥାନାଧିକାରୀ ମମତା ହେମ୍ବ୍ରମଙ୍କ ନେତୃତ୍ୱରେ ପୁଲିସ ବାହିନୀ ଶାନ୍ତି ଶୃଙ୍ଖଳା ଦାୟିତ୍ୱରେ ନିୟୋଜିତ ଥିଲେ। 

ସୁଶିଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

UAIL, DHH Jointly Organise Blood Donation Camp  , 229 Units Collected

Sunil Chandra Nayak

ମଣ୍ତିରେ କାର୍ଯ୍ଯରତ ହେମାଲଙ୍କ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପତ୍ର ପଦାନ

Sunil Chandra Nayak

ତାଲଡ଼ିହି ଗ୍ରାମରେ ଆଦିବାସୀ ଗ୍ରାମ କମିଟିର ସଚେତନତା ସଭା ଅନୁଷ୍ଠିତ

Leave a Comment

error: Content is protected !!