ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

ଖଇରା,୦୫/୦୨/୨୫ – ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ପରିସରରେ ବିକଶିତ ଗାଁ ବିକଶିତ ଓଡ଼ିଶା ସମୃଦ୍ଧ ଓଡିଶାର ନୂତନ ପରିଭାଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ତରଫରୁ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଦ୍ବାରା ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଯୋଜନା ହେବ କାର୍ଯ୍ୟକାରୀ, ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ପ୍ରାଧାନ୍ୟ ଦିଆଯିବ ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୃଦୃଢ଼ୀ କରଣ । ବିଶେଷ ଭାବରେ ଅନୁନ୍ନତ ଜନଜାତି ସମୁଦାୟ ( ପିଭିଟିଜି) ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଆନ୍ତ ଗ୍ରାମ୍ୟ ସଡକ ସଂଯୋଗୀକରଣ । କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀ ବିକାଶ ଓ ଉନ୍ନତିକରଣ । ଶିକ୍ଷା ଓ କ୍ରୀଡ଼ା ଭିତ୍ତିଭୂମି ସମ୍ପ୍ରସାରଣ ଓ ଆଧୁନିକୀକରଣ । ନୂତନ ଅଭିନବ ଜନମଙ୍ଗଳକାରୀ ବହୁମୁଖି ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ଯାନ୍ବୟନ । ୨୦୩୬ରେ ଗଠିତ ହେବ ସମୃଦ୍ଧ ଓଡିଶା, ୨୦୪୭ ସୁଧା ବିକଶିତ ଭାରତ ଗଠନ ପାଇଁ ରହିବ ମହତ୍ତ୍ୱପୂର୍ଣ୍ଣ ଅବଦାନ । ଏହି ଲକ୍ଷ୍ୟ ହାସଲ ପାଇଁ ଏକ ଭିଜନ ଡ଼କୁମେଣ୍ଟ ପାଇଁ ପ୍ରସ୍ତୁତ କରାଯିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହି ଭିଜନ ଡ଼କୁମେଣ୍ଟ ପାଇଁ ଏକ ୱେବ ପୋର୍ଟାଲ୍ ଉନ୍ମୋଚନ କରି ଜନସାଧାରଣଙ୍କୁ ଏଥିପାଇଁ ସୁଚିନ୍ତିତ ମତାମତ ଦେବାକୁ ଆହ୍ବାନ ଦେଇଛନ୍ତି । ବିକଶିତ ଓଡ଼ିଶା ଗଠନ ପାଇଁ ଯେଉଁ ଭିଜନ ଡ଼କୁମେଣ୍ଟ ପ୍ରସ୍ତୁତ ହେବ ତାହା ଲୋକଙ୍କ ମତାମତ ଆଧାରରେ ହିଁ ପ୍ରସ୍ତୁତ ହେବା ବିକଶିତ ଗାଁ ବିକଶିତ ଓଡ଼ିଶାର ରୂପରେଖ । ଓଡ଼ିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ, ଏହା କେବଳ ଏକ ସରକାରୀ ଦସ୍ତାବିଜ ହେବ ନାହିଁ । ବରଂ ଏହା ଓଡ଼ିଶାର ଜନସାଧାରଣଙ୍କ ଦ୍ବାରା ଜନସାଧାରଣଙ୍କ ପ୍ରସ୍ତୁତ ଏପରି ଏକ ଦସ୍ତାବିଜ ହେବ ଯାହା ଜନସାଧାରଣଙ୍କ ଆକାଂକ୍ଷାର ପ୍ରକୃତ ପ୍ରତିଫଳକ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି । ଆଜିର ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମରେ ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ପଦ୍ମଲୋଚନ ପଣ୍ଡା, ଖଇରା ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ, ଭାରପ୍ରାପ୍ତ ବିଡ଼ିଓ ଜିତେନ୍ଦ୍ର ମୁର୍ମୁ, ବ୍ଲକ ନିର୍ବାହୀ ଅତିରିକ୍ତ ଯନ୍ତ୍ରୀ ଉତ୍ତମ କୁମାର ସାହୁ, ବ୍ଲକ ମୁଖ୍ୟ ସହାୟକ ବ୍ରହ୍ମାନନ୍ଦ ଦାଶ ୩୭ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା, ଜିଲ୍ଲା ପରିଷଦ ସଭ୍ୟା ରଶ୍ମିତା ମହାପାତ୍ର, ସଭ୍ୟ ମାନସ କୁମାର ଦାଶ ଗଜେନ୍ଦ୍ର ପ୍ରସାଦ ଦାସ, ସମସ୍ତ ଜନପ୍ରତିନିଧି ଓ ଅଙ୍ଗନବାଡ଼ି କେନ୍ଦ୍ରରୁ ଆସିଥିବା ଅଙ୍ଗନବାଡ଼ି କର୍ମୀ ଓ ପ୍ରାଣୀ ମିତ୍ର, ବ୍ୟାଙ୍କ ମିତ୍ର, ମିଶନ ଶକ୍ତିର ନାରୀ ନେତ୍ରୀ ନିରୁପମା ନାୟକ ଏବଂ ସଙ୍ଘର ବିଭିନ୍ନ ମାଆ ମାନେ ଏବଂ ସମ୍ମନୀତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ, ମହିଳା ପରିଦର୍ଶକା ଶୁଭମ ସ, ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ବ୍ଲକର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ ।।

ବାଲେଶ୍ବରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ଗରିବ ପାଇଁ ଆବାସ ଯୋଜନା ସାତ ସପନ 

masiha

ଗାରିଡି ପଞ୍ଚାୟତରେ ଆମ ଓଡ଼ିଶା ନବିନ ଓଡିଶା କାର୍ଯ୍ୟକ୍ରମ, ଲୋକଙ୍କ ନିକଟତର ହେଉଛି ବିକାଶର ବାର୍ତ୍ତା

masiha

ସାହିତ୍ୟ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ଅ’ ପତ୍ରିକାକୁ ଶ୍ରେଷ୍ଠ ମାସିକ ଇ-ପତ୍ରିକା ସମ୍ମାନ

Sunil Chandra Nayak

Leave a Comment

error: Content is protected !!