ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ମୋଟ ୧୦୮ ଟି ଅଭିଯୋଗ ର ହେଲା ଶୁଣାଣୀ.

 ମୟୂରଭଞ୍ଜ :୧୦/୦୨ // ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି.। ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ ଓ ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଶ୍ରୀ ଶିବ ପ୍ରସାଦ ରଥ ପ୍ରମୁଖ ଯୋଗ ଦେଇଥିଲେ .। 

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.।ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୦୮ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୮୮ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୦ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.।

ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତ୍ୟେକଙ୍କୁ ଟ.୫୦୦୦/- ଙ୍କା ଲେଖାଏଁ ମଂଜୁର କରିଥିଲେ। ୨ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା ।ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

୭୭ ବର୍ଷ ସ୍ଵାଧୀନତା ହେବା ପରେ ମଧ୍ୟ ମୌଳିକ ସୁବିଧାରୁ ଏବେ ବି ବଞ୍ଚିତ ବିଜୁଗୁଡା ଗ୍ରାମ l କେବେ ହେବ ଗ୍ରାମର ବିକାଶ ???

masiha

ଗୋରୁମହିଷାଣୀ ଅଂଚଳର ଯୁବକ ନିଖୋଜ

Sunil Chandra Nayak

ଭାରତୀ ମହିଳା ଶକ୍ତି ଫାଉଣ୍ଡେସନ ପକ୍ଷରୁ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!