ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର

       ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୨.୦୨.୨୦୨୫ ରିଖ ବୁଧୁବାର ଦିନ ସକାଳ ଘ.୧୧.୦୦ମି ରେ ସ୍ଥାନୀୟ ପିତାମହଲ ରେ ଥିବା ର ଟ୍ରେନିଙ୍ଗ ହଲ୍ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ଓ ଜିଲ୍ଲା ପ୍ରଶାସନ ର ସହଯୋଗ କ୍ରମେ “କର୍ମକ୍ଷେତ୍ରରେ ହେଉଥିବା ମହିଳାମାନଙ୍କର ଯୌନ ନିର୍ଯ୍ୟାତନ ସୁରକ୍ଷା ଆଇନ” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଓକିଲ ଶ୍ରୀ କିଶୋର କୁମାର ସାହୁ, ଦେବରାଜ ନାଏକ ଓ ରାୟଗଡା ଜିଲ୍ଲା ର ଓ.ଏଲ୍.ଏମ୍ ର ଡି.ପି.ଏମ୍ ଶ୍ରୀ ଶଙ୍କର ଚାଲାନ ଓ ଜିଲ୍ଲା କୋଡିନେଟର କମ୍ କାଉନସିଲର (ପି.ସି.ଆଇ ଇଣ୍ଡିଆ) ବାସନ୍ତୀ ଖୁଣ୍ଟିଆ ପ୍ରମୁଖ ଯୋଗଦେଇଥିଲେ I ଏଥିସହିତ ଓ. ଏଲ୍.ଏମ୍ ର ଅନେକ ପ୍ରେରଣା ଦିଦି (ମହିଳା) ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ ସେହି ଆଇନର ସଂଶ୍ଲିଷ୍ଟ ଆଇନ ବିଷୟରେ ବିସୃତ ଭାବରେ ଅଶଗ୍ରହଣକାରୀମାନଙ୍କୁ ବୁଝାଇଥିଲେ I ଏଥିସହିତ ମହିଳାମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଲେ ସେମାନଙ୍କ ପାଇ ନ୍ୟାୟିକ ବ୍ୟବସ୍ଥା ଓ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ଏଥିସହିତ ମହିଳା ସଶକ୍ତିକରଣ ଉପରେ ଥିବା ବିଭିନ୍ନ ଆକ୍ଟ ଉପରେ ଆଲୋକପାତ କରିଥିଲେ I ପରିଶେଷରେ ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏହି ଆଇନ ଉପରେ ଥିବା ସୁପ୍ରିମକୋଟ ର ଥିବା ବିଭିନ୍ନ ଜଜମେଣ୍ଟ ଉପରେ ଅଶଗ୍ରହଣକାରୀମାନଙ୍କୁ ଧାରଣା ଦେଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଓ.ଏଲ୍.ଏମ୍ ର ପ୍ରେରଣା ଦିଦି(ମହିଳା) ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପାପଡ଼ାହାଣ୍ଡି ସହିଦ ସ୍ମୃତି ସ୍ତମ୍ଭ ଓ ପାର୍କ ର ଉନ୍ନତିକରଣ ନିମନ୍ତେ ବୈଠକ:ସହିଦ ସ୍ମୃତି ପାର୍କ ପାଇଁ ୫ ଏକର ନୂତନ ଜାଗା ଚିହ୍ନଟ ର ପ୍ରସ୍ତାବ 

masiha

ଆନ୍ଧ୍ର ରୁ ଅଯୋଧ୍ୟା ବାହାରିଲେ ୭୫ ବର୍ଷୀୟ ବାବାଜୀ ଏବଂ ତାଙ୍କ ସହଯୋଗୀ

masiha

ବିଦ୍ୟା ମନ୍ଦିରରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ପୂର୍ବ ଛାତ୍ର ଏକତ୍ରୀକରଣ

masiha

Leave a Comment

error: Content is protected !!