ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଞ୍ଜିଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିପୁଣ ଓଡ଼ିଶା ମେଳା

ଲାଞ୍ଜିଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିପୁଣ ଓଡ଼ିଶା ମେଳା

ଲାଞ୍ଜିଗଡ଼, ୧୨/୦୨(ମନିସ)- କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଆଜି ନିପୁଣ ଓଡ଼ିଶା ମେଳା ତଥା ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ୧୮ ଗୋଟି ସ୍କୁଲର ୩ ଶହରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ଲାଞ୍ଜିଗଡ କ୍ଲଷ୍ଟର ସଂଯୋଜକ ଜଳନ୍ଧର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ସରପଞ୍ଚ ସରସ୍ଵତୀ ମୁଣ୍ଡା, ମୁଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲକ୍ଷ୍ମୀପ୍ରିୟା ମୁଦୁଲି, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଭାରତ ଭୂଷଣ ସାହୁ, ଜଗନ୍ନାଥପୁର ସମିତି ସଭ୍ୟ ପ୍ରଦୀପ ମାଝୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଧାମାଧବ ରଥ, ଶିକ୍ଷକ ମନୋଜ କୁମାର ମହାଖୁଡ, ସୁଜାତା ଦାସ, ହିରଣ୍ୟ କୁମ୍ଭାର, ଡମ୍ବରୁଧର ସାହୁ, ସୀତା ରାଉତ, ଦୁର୍ଗାମାଧବ ମହାଖୁଡ଼, ସୁଶାନ୍ତ ମଲ୍ଲିକ, ବିହାରୀ ମାଝୀ, ମୋହନ ସିଂ ବାଗ ସମେତ ୧୮ ଗୋଟି ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ କାର୍ଯ୍ୟକ୍ରମ ପରିଚାଳନା ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ପୂର୍ବତନ ସିଆରସିସି ଗୁରୁଗୋବିନ୍ଦ ମହାନ୍ତି।

 ଲାଞ୍ଜିଗଡ ବ୍ଲକରୁ ସୁଶୀଲ କୁମାର ବାଗଙ୍କ ରିପୋର୍ଟ

Related posts

ସିଡବ୍ଲୁଏସ ପକ୍ଷରୁ ମହିଳାଙ୍କ ଆନୁଷ୍ଠାନିକ ବୈଠକ

Sunil Chandra Nayak

ମାଁ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଉନ୍ନତି କରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

masiha

ଧରାକୋଟ ଥାନା ପକ୍ଷରୁ ଏକତା ଦୌଡ଼

Sunil Chandra Nayak

Leave a Comment

error: Content is protected !!