ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, ୨୪/୨/୨୫ : ଆଜି ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନ ଓ  ରାଉରକେଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନିତେଶ  ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ। 

     ଆଜି ମୋଟ ୮୩ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ ୩୮ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୧୩ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ଜଣଙ୍କୁ ୪୭ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା,ବ୍ରିଜ ନିର୍ମାଣ, ଆବାସ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା  ଆଦି ପ୍ରମୁଖ ରହିଥିଲା। 

       ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ଡିଏଫଓ ଯଶୋବନ୍ତ ସେଠୀ, ବିଶ୍ରା ଗୋଷ୍ଠି ଉନ୍ନୟନ ଅଧିକାରୀ ଜଗନ୍ନାଥ ହନୁମାନ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।ଜନଶୁଣାଣୀ ପରେ ପରେ ଜିଲ୍ଲାପାଳ ବ୍ଳକ ର ବିଭିନ୍ନ ପଂଚାୟତ ର ଉନ୍ନୟନ ମୂଳକ କାର୍ଯ୍ୟ ପରିଦର୍ଶନ କରି ଅଗ୍ରଗତି ସମୀକ୍ଷା କରିଥିଲେ l 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଈଚିଣ୍ଡା ଯୁବ ମୋର୍ଚ୍ଚା ତରଫରୁ ଶ୍ରଦ୍ଧାଳୁଙ୍କ ପାନୀୟ ଜଳ ଓ ଚା’ ବଣ୍ଟନ

masiha

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ପାଳନ

Sunil Chandra Nayak

ପ୍ରକାଶ ପାଇଲା କବିତା ପ୍ରତିଯୋଗିତା ଫଳାଫଳ, ବାଜିମାତ କଲା ଜଗତସିଂହପୁର ଜିଲ୍ଲା

Sunil Chandra Nayak

Leave a Comment

error: Content is protected !!