ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇଧୁନି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ରାଇଧୁନି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ନର୍ଲା ବ୍ଲକ ପଲମ କ୍ଲଷ୍ଟର୍ ଅନ୍ତର୍ଗତ ରାଇଧୁନି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବରେ ଟକର୍ଲା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୋମନାଥ ମନ୍ତ୍ରା ଯୋଗଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ ଖଇରମାଲ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୁବରାଜ ଜାନୀ, ରେନ୍ଦାବାହାଲି ପ୍ରଧାନ ଶିକ୍ଷକ ଗୋବିନ୍ଦ ମାଝୀ, ବିଦ୍ୟାଳୟ ସଭାପତି ଚିତ୍ରସେନ ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ପ୍ରଧାନ ଶିକ୍ଷକ ଭଗବାନ ମାଝୀ ବାର୍ଷିକ ବିବରଣୀ ପାଠ କରିଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ ନୃତ୍ୟ ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲେ। ଶିକ୍ଷକ ଜ୍ଞାନେନ୍ଦ୍ର କୁମାର ଗହିର ଧନ୍ୟବାଦ୍ ଦେଇଥିବା ବେଳେ ଶିକ୍ଷୟିତ୍ରୀ ନିର୍ମଳା ବେହେରା ସଭା ପରିଚାଳନା କରିଥିଲେ। 

ଦୀପକ ଠାକୁର ଙ୍କ ରିପୋର୍ଟ୍ 

Related posts

ପୁରୁଣାସରରେ କଳସ ଶୋଭାଯାତ୍ରା

Sunil Chandra Nayak

ଡା.ପ୍ରମୋଥ ନାଥ ଭୂୟାଁଙ୍କ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

Sunil Chandra Nayak

ବସ୍ତା ଅଞ୍ଚଳ ର ସମାଚାର

masiha

Leave a Comment

error: Content is protected !!