ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ ରେ ୨,୩୪୮ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୫୯,୧୧,୦୭୪ ଟଙ୍କା ଆଦାୟ ହୋଇଅଛି

ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ ରେ ୨,୩୪୮ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୫୯,୧୧,୦୭୪ ଟଙ୍କା ଆଦାୟ ହୋଇଅଛି

ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୮୭ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୫୧,୧୯,୪୭୪/-(ଏକାବନ ଲକ୍ଷ ଉଣେଇଶ ହଜାର ଚାରି ଶହ ଚଉସ୍ତରୀ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୨୧୩୫ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୨୬ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୭,୯୧,୬୦୦ (ସାତ ଲକ୍ଷ ଏକାନବେ ହଜାର ଛଅସହ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ l ଏଥିରେ ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ୍, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ ନ୍ୟାୟଧିକାରୀ, କୋଲନରା ଶ୍ରୀମତି ଜ୍ୟୋତିରମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି ଶ୍ରୀ ରିଚିମିଲନ ପାତ୍ର, ରାୟଗଡା ବାର ଆସୋସିଏସନର ସଭାପତି ଶ୍ରୀ ପଦ୍ମନାଭ ଦାସ ସହିତ ଅନ୍ୟ ଆଇନଜୀବି ପ୍ରମୁଖ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଓଡ଼ିଆ ସାହିତ୍ୟ ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

masiha

ଶିକ୍ଷାବିତ୍ ଗଦାଧର ମିଶ୍ର ସ୍ମୃତି ସଂସଦ,ଢେଙ୍କାନାଳ ପକ୍ଷରୁ କାଇମାଟି ଜୁଆଙ୍ଗ ସାହିରେ କମ୍ବଳ ଓ ଶୁଖିଲା ଖାଦ୍ୟ ବଣ୍ଟନ 

Sunil Chandra Nayak

ରାୟଗଡ ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ,ଭl.ପ୍ର.ସେଙ୍କ ଯୋଗଦାନ

Sunil Chandra Nayak

Leave a Comment

error: Content is protected !!