ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ବିମାନରେ ରାଧାକୃଷ୍ଣଙ୍କ ନଗର ପରିକ୍ରମା 

ବିମାନରେ ରାଧାକୃଷ୍ଣଙ୍କ ନଗର ପରିକ୍ରମା 

ନର୍ଲା ,12/03 : ନର୍ଲା ବ୍ଲକ ଅନ୍ତର୍ଗତ ରେଖପୁର ଗ୍ରାମରେ ଚାଲିଛି ନବ ନିର୍ମିତ ରାଧାକୃଷ୍ଣ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ। ମଙ୍ଗଳବାର ଦେବତା ଗ୍ରାମ୍ୟ ପରିକ୍ରମା, ଚକ୍ର ଭ୍ରମଣ ସହ ଧ୍ବଜା ସ୍ଥାପନ ଓ ବିଗ୍ରହଙ୍କ ସିଂହାସନ ଆରୋହଣ, ଅଞ୍ଚଳ ପ୍ରତିଷ୍ଠା, ଘୃତ ଯଜ୍ଞର ପୂର୍ଣ୍ଣାହୁତି ଏବଂ ୨୪ ପ୍ରହର ନାମ ଯଜ୍ଞ ପାଇଁ ଶୁଭାଧିବାସ ଆଦି ବିବିଧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ଶ୍ରୀ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି ଏକ ସୁସଜ୍ଜିତ ବିମାନରେ ଆରୋହଣ କରି ରେଖପୁର ଗ୍ରାମ ପରିକ୍ରମା କରିଥିଲେ। ମହିଳାମାନେ ଶ୍ରୀ ବିଗ୍ରହଙ୍କୁ ବନ୍ଦାପନା କରି ପରିବାରର ଶୁଭ ମନାସିଥିଲେ। ଛତ୍ରପୁରର ପଣ୍ଡିତ ମନୋଜ କୁମାର ସତପଥି ଏବଂ ସାଥି ପ୍ରତିଷ୍ଠା କାର୍ଯ୍ୟକ୍ରମର ପ୍ରତିଟି ପର୍ଯ୍ୟାୟ ସୂଚାରୁରୂପେ ସଂପାଦନ କରୁଛନ୍ତି। ଏଥିରେ ମୁଖ୍ୟ କର୍ତ୍ତା ଭାବେ ରେଖପୁର ଗୈାନ୍ତିଆ ଟଙ୍କଧର ଭୋଇଙ୍କ ସୁପୁତ୍ର ଟର୍ଜିନ ଭୋଇ ଏବଂ ପୁତ୍ରବଧୂ ବାସନ୍ତୀ ଭୋଇ, ଅନ୍ୟତମ କର୍ତ୍ତା ଭାବେ ସାନ ଗୈାନ୍ତିଆ ସ୍ବର୍ଗତ କାମଦେବ ଭୋଇଙ୍କ କନିଷ୍ଠ ପୁତ୍ର ଗୁଣନିଧି ଭୋଇ ଏବଂ ପୁତ୍ରବଧୂ ରାଜଶ୍ରୀ ଭୋଇ, ଟିକେରାମ ଭୋଇ ଓ ତାଙ୍କ ଧର୍ମପତ୍ନୀ ଶୋଭାବତୀ ଭୋଇ, ଦୟାନିଧି ଭୋଇ ଓ ତାଙ୍କ ଧର୍ମପତ୍ନୀ ପ୍ରମିଳା ଭୋଇ, ଶ୍ୟାମ ଭୋଇ ଓ ତାଙ୍କ ଧର୍ମପତ୍ନୀ ଦମୟନ୍ତୀ ଭୋଇ କାର୍ଯ୍ୟ ସଂପାଦନ କରୁଛନ୍ତି। ରାଧାକୃଷ୍ଣ ମନ୍ଦିର ନିର୍ମାଣ କମିଟି ସଭାପତି ଲୋହିତ ପ୍ରସାଦ ଭୋଇ, ସାଧାରଣ ସମ୍ପାଦକ ଲବିନ୍ଦ୍ର ସେଲମା, କୋଷାଧ୍ୟକ୍ଷ ମୋହନ ଭୋଇ, ମନ୍ଦିର ପ୍ରତିଷ୍ଠା ଏବଂ ପରିଚାଳନା କମିଟି ସଭାପତି ନାରାୟଣ ସେଲମା, ଉପସଭାପତି ଯୁଧିଷ୍ଠିର ଭୋଇ, ସମ୍ପାଦକ ଗୁଣମଣି ଭୋଇ, ଯୁଗ୍ମ ସଂପାଦକ ସତ୍ୟଧର୍ମ ଭୋଇ, କୋଷାଧ୍ୟକ୍ଷ କ୍ଷୀତିଶ ଚନ୍ଦ୍ର ପୋଢ଼, ଉପକୋଷାଧ୍ୟକ୍ଷ ଟିକେରାମ ଭୋଇଙ୍କ ସହ ଗ୍ରାମବାସୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରୁଛନ୍ତି। ବୁଧବାର ସକାଳୁ ୨୪ ପ୍ରହର ନାମ ଯଜ୍ଞ ଆରମ୍ଭ ହେବ ବୋଲି କମିଟି ପକ୍ଷରୁ ସୂଚନା ରହିଛି। 

ଦୀପକ ଠାକୁର ଙ୍କ ରିପୋର୍ଟ୍ 

Related posts

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

Sunil Chandra Nayak

ଦୋଳ ପୂର୍ଣ୍ଣିମାରେ କୋକସରା ଗ୍ରାମରେ ଅଷ୍ଟ ପ୍ରହର ନାମଯଜ୍ଞ ଅନୁଷ୍ଠିତ

Sunil Chandra Nayak

ପବିତ୍ର ବାହୁଡ଼ା ଯାତ୍ରା ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!