ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବ ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ

ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବ ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ

କଟକ- ୧୩/୦୩ // ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 ଏହି ଚାମ୍ପିୟନସିପରେ ଦେଶର ବିଭିନ୍ନ ରାଜ୍ୟର ୨୭ଟି ପୁରୁଷ ଏବଂ ୧୦ ଟି ମହିଳା ପୋଲିସ ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି । ଏହା ସହ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳି ଓ ଅତିଥିଙ୍କ ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ। ଏହାବ୍ଯତୀତ ସେମାନଙ୍କ ରହଣି ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଆକର୍ଷଣୀୟ ତଥା ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଷ୍ଟାଡିଅମରେ ଅଭ୍ୟାସ କରିବେ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ମଧ୍ୟ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ।

 ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଲୱେ ଏବଂ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଶ୍ରୀ ନରସିଂହ ଭୋଳ, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ କୁମାର ସାହୁ, ଆଇଜିପି (ଏସଏପି) ଶ୍ରୀ ଅବିନାଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡା ସାର୍ଥକ ଷଡଙ୍ଗୀ , ଡି.ଆଇ.ଜି.ପି (କ୍ରାଇମବ୍ରାଞ୍ଚ) ଶ୍ରୀ ପ୍ରକାଶ ଆର, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ , ଏସପି (ରେଲୱେ) ଶ୍ରୀ ବିବେକାନନ୍ଦ ଶର୍ମା, ଡିସିପି (କଟକ) ଶ୍ରୀ ଖିଲାରୀ ରିଷିକେଶ ଦ୍ୟାନଦେଓ ପ୍ରମୁଖ ଉପସ୍ଥିତ ଥିଲେ ।

ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ଆନ୍ତ କ୍ଳବ୍ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ୨୦୨୫ ଏପ୍ରିଲ ୨ ତାରିଖରୁ

masiha

ଓଡ଼ିଶା ଟେନିସ କ୍ରିକେଟ ଦଳରେ ନବରଙ୍ଗପୁର ଜିଲ୍ଲାରୁ ତିନି ଖେଳାଳି

masiha

ଦୁଃଖି ଶ୍ୟାମ ମାଝୀ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

Sunil Chandra Nayak

Leave a Comment

error: Content is protected !!