ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ରାଜ୍ୟ ସରକାରଙ୍କ ନୃତନ “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କଳାହାଣ୍ଡିରୁ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ରାଜ୍ୟ ସରକାରଙ୍କ ନୃତନ “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କଳାହାଣ୍ଡିରୁ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ପ୍ରଥମ କଳାହାଣ୍ଡି ଗସ୍ତ କୁ ସଫଳ କରିବା ପାଇଁ ଜିଲ୍ଲା ବିଜେପି ର ପ୍ରସ୍ତୁତି ବୈଠକ….

ରାଜ୍ୟ ରେ ବିଜେପି ସରକାରଙ୍କ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ଗରିବ ପରିବାରକୁ ପକ୍କା ଘର ଯୋଗାଇବା ପାଇଁ ସାତ ହଜାର ପାଞ୍ଚ ଶହ ପଚାଶ କୋଟି ଟଙ୍କା ର ବ୍ୟୟ ଅନୁଦାନ ରେ ଚଳିତ ବଜେଟ୍ ରେ ଏକ ନୂଆ ଯୋଜନା “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କରିବାକୁ ଯାଉଛନ୍ତି।

ରାଜ୍ୟ ର ଏହି ବହୁ ପ୍ରତିକ୍ଷୀତ ଯୋଜନା ର ଶୁଭାରମ୍ଭ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ୍ ମାଝୀ ନିଜେ କଳାହାଣ୍ଡି ଭଳି ଏକ ଆକାଂକ୍ଷି ଜିଲ୍ଲାରେ ଆସନ୍ତା ୩୦ ମାର୍ଚ୍ଚ ରବିବାର ଦିନ ଭବାନୀପାଟଣା ଠାରେ ଶୁଭାରମ୍ଭ କରିବା ପାଇଁ ସ୍ଥିର କରିଥିବାରୁ ଜିଲ୍ଲା ଭାରତୀୟ ଜନତା ପାର୍ଟି ଆନ୍ତରିକ ପକ୍ଷରୁ କୃତଜ୍ଞତା ଓ ଧନ୍ୟବାଦ୍ ଅର୍ପଣ କରାଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଏହା ପ୍ରଥମ କଳାହାଣ୍ଡି ଗସ୍ତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ଵାଗତ କରିବା ପାଇଁ ବିଜେପି ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଭବାନୀପାଟଣା ସର୍କିଟ ହାଉସ ଠାରେ ସଭାପତି ଶ୍ରୀ ଯୁଗଳ କିଶୋର ପୋଡ଼ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି।

ଏଥିରେ ଧର୍ମଗଡ଼ ବିଧାୟକ ଶ୍ରୀ ସୁଧିର ପଟ୍ଟଯୋଷି, ପୂର୍ବତନ ସଭାପତି ଶ୍ରୀ ଦେବେନ୍ଦ୍ର ମହାନ୍ତି, ଶ୍ରୀ ଭବେନ୍ଦ୍ର ପଣ୍ଡା, ଶ୍ରୀ ହିମାଂଶୁ ମେହେର, ଶ୍ରୀ ଆର୍ତ୍ତତ୍ରାଣ ମହାପାତ୍ର , ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନମିତା ରାଣୀ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଅନିରୁଦ୍ଧ ପ୍ରଧାନ, ଶ୍ରୀ ମନୋଜ ମେହେର, ଶ୍ରୀ ରମେଶ ମାଝୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ସୁଚିନ୍ତିତ ମତାମତ ଦେଇଥିଲେ। 

ଜିଲ୍ଲା ସଂଘଟନ ର ସମସ୍ତ କର୍ମକର୍ତ୍ତା, ସମସ୍ତ ମୋର୍ଚ୍ଚା ର ସଭାପତି ଓ ଛାମୁଆ ସଂଗଠନ ର କର୍ମକର୍ତ୍ତା ଓ ବରିଷ୍ଠ ସଦସ୍ୟ ସଦସ୍ୟା ମାନେ ସଂଘବଧ ଭାବେ ମାନ୍ୟବର ମୂଖ୍ୟମନ୍ତ୍ରୀ ଙ୍କ କଳାହାଣ୍ଡି ଗସ୍ତ କୁ ସଫଳ କରିବା ପାଇଁ ଧର୍ମଗଡ ବିଧାୟକ ଶ୍ରୀ ସୁଧିର ପଟ୍ଟଯୋଷି ସମସ୍ତଙ୍କୁ ଅନୁରୋଧ କରିଥିଲେ।

ସମସ୍ତ କର୍ମକର୍ତ୍ତା ଓ ତୃଣମୂଳ ସ୍ତର କର୍ମୀ ଏଥିରେ ସକ୍ରିୟ ସହଯୋଗ ପାଇଁ ସହମତି ପ୍ରକାଶ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ବାଲିଗୁଡା ଗସ୍ତ : ତୃଣମୂଳ ସ୍ତରରେ କଂଗ୍ରେସକୁ ମଜଭୂତ କରିବାକୁ ଆହ୍ୱାନ

Sunil Chandra Nayak

ମୂଖ୍ୟମନ୍ତ୍ରୀ ଙ୍କ ଗସ୍ତ ପାଇଁ ବିଜେଡ଼ି ଜିଲ୍ଲା ସଭାପତି ଙ୍କ ପ୍ରସ୍ତୁତି ବୈଠକ

Sunil Chandra Nayak

ଭୁଟଭୁଟି ଗାଁରେ ବିଜେଡିର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

Leave a Comment

error: Content is protected !!