ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଗାମୀ କାର୍ଯ୍ୟକ୍ରମ ପାଇଁ ଖଣ୍ଡାୟତ କ୍ଷତ୍ରିୟ ମହାସଭାର ପ୍ରସ୍ତୁତି ବୈଠକ 

ଆଗାମୀ କାର୍ଯ୍ୟକ୍ରମ ପାଇଁ ଖଣ୍ଡାୟତ କ୍ଷତ୍ରିୟ ମହାସଭାର ପ୍ରସ୍ତୁତି ବୈଠକ 

ରାଉରକେଲା: ସେକ୍ଟର ୩ସ୍ଥିତ ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭାର ଆଗାମୀ କାର୍ଯ୍ୟକ୍ରମ ନେଇ ଏକ ପ୍ରସ୍ତୁତି ବୈଠକ ମହାସଭାର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଉପସଭାପତି ସୁବ୍ରତ କୁମାର ମଲ୍ଲିକ ଙ୍କ ଆବାହକତ୍ଵରେ ଆୟୋଜିତ ଏହି ବୈଠକରେ ଉପସ୍ଥିତ କର୍ମକର୍ତ୍ତାଙ୍କ ସହମତି କ୍ରମେ ଆସନ୍ତା ମାର୍ଚ୍ଚ ୨୩ ତାରିଖ ଦିନ ଆନ୍ତର୍ଜାତିକ ମହିଳା ଓ ପଖାଳ ଦିବସ,୩୦ ତାରିଖ ଦିନ ହାଇଟେକ୍ ମେଡିକାଲ କଲେଜ ର ସହଯୋଗରେ ନିଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଓ ଏପ୍ରିଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ ମହାସଭା ପରିସରରେ ପାଳନ କରାଯିବ ବୋଲି ସ୍ଥିର କରାଯାଇଛି। ତେଣୁ ଏହିଭଳି କାର୍ଯ୍ୟକ୍ରମରେ ମହାସଭାର ସମସ୍ତ ସଦସ୍ୟ ସଦସ୍ୟା ମାନେ ଯୋଗଦେଇ କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଅନୁରୋଧ କରାଯାଇଛି। ଏହି ବୈଠକରେ ସର୍ବଶ୍ରୀ ରବିନାରାୟଣ ପରିଡ଼ା, ଉପେନ୍ଦ୍ର କୁମାର ନାୟକ, ଶଶଧର ପାତ୍ର, ଜଗନ୍ନାଥ ରାଉତ, ଶମ୍ବୁନାଥ ପରିଡ଼ା, ଗଙ୍ଗାଧର ନାୟକ, ରଥିନ୍ଦ୍ର ପ୍ରଧାନ, ଅବନୀ କୁମାର ବଳ, ନାରାୟଣ ମହାଳିକ, କୁଞ୍ଜବିହାରୀ ରାଉତ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପାରମ୍ପରିକ ଦଣ୍ଡଯାତ୍ରାରେ ଜଙ୍ଗଲ ସୁରକ୍ଷା ସଚେତନତା  

masiha

ଇନର୍ ହୁଇଲ୍ କ୍ଲବ୍ କପିଳାସ,ଢେଙ୍କାନାଳର ନବରାତ୍ରି ପାଳନ ଅବସରରେ ଦାଣ୍ଡିଆ ନାଇଟ୍ -୨୦୨୫ ଉତ୍ସବ ଅନୁଷ୍ଠିତ 

Sunil Chandra Nayak

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ

masiha

Leave a Comment

error: Content is protected !!