ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ 

ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ 

ଡାବୁଗାଁ, ୨୫/୩ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଚଚରାଗୁଡା ପଞ୍ଚାୟତ ଅଧୀନ ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ପାଳନ ହୋଇଯାଇଛି | ଏଥିରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଵଳନ କରାଯାଇ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ କରି ମଞ୍ଚକୁ ନିମନ୍ତ୍ରଣ କରାଯାଇଥିଲା | ବାର୍ଷିକ ଉତ୍ସବ ର ସଭାପତି ଭାବେ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ବିଦ୍ୟାଳୟ ପ୍ରଧାନଶିକ୍ଷକ ହରେକୃଷ୍ଣ ବାଡତ୍ୟା ବାର୍ଷିକ ବିବରଣୀ ପଠନ କରିବା ସହ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଯୋଗ ଦେଇ ପିଲା ମାନଙ୍କ ଶିକ୍ଷା ର ମୂଳଦୁଆ ପ୍ରାଥମିକ ଶିକ୍ଷା ଅଟେ, ତେଣୁ ପିଲା ମାନେ ମନଦେଇ ପାଠ ପଢିବାକୁ କହିଥିଲେ ଓ ଅବିଭାବକ ମାନଙ୍କୁ ନିଜ ନିଜ ପିଲା ନିୟମିତ ବିଦ୍ୟାଳୟକୁ ପଠାଇବା ପାଇଁ ପରାମର୍ଶ ଦେଇଥିଲେ | ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ପିଲା ମାନଙ୍କୁ ମହାତ୍ମା ଗାନ୍ଧୀ ଙ୍କ ୩ ମାଙ୍କଡ ଙ୍କ ଉଦାହରଣ ଦେଇ ଉତ୍ତମ ଚରିତ୍ର ଗଠନ କରିବା, ସହ ଶୈକ୍ଷିକ କାର୍ଯ୍ୟକ୍ରମ ଗୁଡିକରେ ଅଂଶଗ୍ରହଣ କରିବା ପାଇଁ ଛାତ୍ରୀଛାତ୍ର ମାନଙ୍କୁ ପରାମର୍ଶ ଦେଇଥିଲେ | ଏଥିରେ ସମ୍ମାନୀତ ଅତିଥି ଭାବେ ଚଚରାଗୁଡା ପଞ୍ଚାୟତ ସରପଞ୍ଚ ରଞ୍ଜୁ ଭତ୍ରା, ନାଏବ ସରପଞ୍ଚ ଯୁଧିଷ୍ଠିର ତନ୍ତୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଭଗବାନ ଭତ୍ରା, ୱାର୍ଡ ସଭ୍ୟ ଅର୍ଜୁନ ଭତ୍ରା, ସହକାରୀ ଶିକ୍ଷକ ଇନ୍ଦ୍ର ଭତ୍ରା ଓ ଜିତେନ୍ଦ୍ର କୁମାର ମାଝି, ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅବିଭାବକ ମାନେ ଉପସ୍ଥିତ ଥିଲେ | ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତା ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା | ଶେଷରେ ଛାତ୍ରୀଛାତ୍ର ମାନଙ୍କ ଦ୍ଵାରା ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା | ଏଥିରେ ଚଚରାଗୁଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତେ ପ୍ରସାଦ ନାଗ ମଞ୍ଚ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କଲଚୁରୀ କଳାର ସେନା ପକ୍ଷରୁ ସାମାଜିକ ସଂସ୍କାର ଆଲୋଚନା ଚକ୍ର ଅନୁଷ୍ଠିତ 

Sunil Chandra Nayak

ଡେଣ୍ଡ୍ରୋବାହାଲିରେ ପାନୀୟଜଳ ସଙ୍କଟ, ପାଣି ଟେଙ୍କର୍ ମାଧ୍ୟମରେ ହେଉଛି ଜଳ ଯୋଗାଣ 

ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା 

Sunil Chandra Nayak

Leave a Comment

error: Content is protected !!