ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ଵୟଂ ସହାୟକ ଗୋଷ୍ଠୀ ଓ ପଞ୍ଚାୟତିରାଜ ଅନୁଷ୍ଠାନ ସହଭାଗିତା ଉପରେ ତାଲିମ 

ସ୍ଵୟଂ ସହାୟକ ଗୋଷ୍ଠୀ ଓ ପଞ୍ଚାୟତିରାଜ ଅନୁଷ୍ଠାନ ସହଭାଗିତା ଉପରେ ତାଲିମ 

ଡାବୁଗାଁ, ୨୬/୩ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସ୍ଵୟଂ ସହାୟକ ଗୋଷ୍ଠୀ ଓ ପଞ୍ଚାୟତିରାଜ ଅନୁଷ୍ଠାନ ସହଭାଗିତା ଉପରେ ଏକ ତାଲିମ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଗ୍ରାମସଭା, ଜିପିଡିପି ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ଭୂମିକା, ସ୍ଵୟଂ ସହାୟକ ଗୋଷ୍ଠୀର ଉନ୍ନତ ଜୀବିକା ନିମନ୍ତେ ଗ୍ରାମପଞ୍ଚାୟତର ଦାୟିତ୍ଵ, ପଞ୍ଚାୟତିରାଜ ଅନୁଷ୍ଠାନର ବିଭିନ୍ନ ଉନୟାନ୍ନ କାର୍ଯ୍ୟ ନିମନ୍ତେ ଯୋଜନା ପ୍ରସ୍ତୁତ କରିବାରେ ସ୍ଵୟଂ ସହାୟକ ଗୋଷ୍ଠୀର ଭୂମିକା, ସ୍ୱାସ୍ଥ୍ୟ, ଶିକ୍ଷା, ପରିମଳ ଇତ୍ୟାଦି ବିଷୟରେ ସହାୟକ ଗୋଷ୍ଠୀ ଓ ପଞ୍ଚାୟତିରାଜ ଅନୁଷ୍ଠାନ ମିଳିତ ଭାବେ କାର୍ଯ୍ୟ ନିର୍ବାହ କରିବା ବିଷୟରେ ତାଲିମ ଦିଆଯାଇଥିଲା | ଏଥିରେ ପ୍ରଶିକ୍ଷକ ଭାବେ ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଓ.ଏଲ.ଏମ ବିପିଏମ ଦୀପ୍ତି କିଶୋର ନାୟକ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ପ୍ରମୁଖ ତାଲିମ ଦେଇଥିଲେ l ଏଥିରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ପର୍ଶୁରାମ ମାଳୀ, ଦିବ୍ୟଶଙ୍କର ପୂଜାରୀ, ରୂପାଲୀ ମଣ୍ଡଳ, ହଳଧର ଜାନୀ, ୪ ଜଣ ଏସିଡିଓ, ୩ ଜଣ ଜିଆରଏସ, ୪ ଜଣ ଏମବିକେ, ୩୦ ଅଙ୍ଗନୱାଡି କର୍ମୀ ଓ ୫ ଜଣ ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନେ ତାଲିମ ନେଇଥିଲେ l ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ତାଲିମ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଅଭାବୀ ପରିବାରକୁ ସାହାଯ୍ୟର ହାତ ବଢାଇଲେ ସମାଜସେବୀ ଅଜିତ୍

masiha

ଟ୍ରକ ଚାପା ରେ ଜଣେ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ 

Sunil Chandra Nayak

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

masiha

Leave a Comment

error: Content is protected !!