ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ପ୍ରଥମ କଳାହାଣ୍ଡି ଗ୍ରସ୍ତ। ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ପ୍ରଥମ କଳାହାଣ୍ଡି ଗ୍ରସ୍ତ

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ…

ଆଜି ଭବାନୀପାଟଣାର କ୍ରିଷ୍ଣାନଗର ପଡ଼ିଆଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ ।

ଆଜି ଭବାନୀପାଟଣାର କ୍ରିଷ୍ଣାନଗର ପଡ଼ିଆଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ, କଳାହାଣ୍ଡି ସାଂସଦ ମାଳବିକା ଦେବୀ ଓ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ । ଏଥିପାଇଁ ଅନଲାଇନ ଆବେଦନ ଖୋଲିବ।  

ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ଆବଦନ କରିହେବ । ବଜେଟ୍‌ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖାଯାଇଛି । ମୋହନ ସରକାର ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ ` ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟ୍‌ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

କୁଟିଆ କନ୍ଧ ଉନ୍ନୟନ ସଂସ୍ଥାରେ ବ୍ଲକର ସବୁ ପଞ୍ଚାୟତକୁ ସାମିଲ ଦାବି :କର୍ତ୍ତ୍ରୁପକ୍ଷଙ୍କୁ ଭେଟି ଆଲୋଚନା କଲେ ସରପଞ୍ଚ ସଂଘର କର୍ମକର୍ତ୍ତା

masiha

ଵିଜାତଳା ବ୍ଳକ! ସର୍ପାଘାତରେ ଷଷ୍ଠ ଶ୍ରେଣୀ ଛାତ୍ରୀ ଗୁରୁତର

Sunil Chandra Nayak

ବେଲଗୁଣ୍ଠାରେ ଶ୍ରୀରାମ ନବମୀ ପାଳିତ

Sunil Chandra Nayak

Leave a Comment

error: Content is protected !!