ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରଙ୍କାବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ

ରଙ୍କାବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ 

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ରାଙ୍କାବାହାଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଧର୍ମଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଧାୟକ ଧର୍ମଗଡ଼ ସୁଧୀରରଞ୍ଜନ ପଟ୍ଟଯୋଶୀ ଯୋଗଦେଇ ଥିବାବେଳେ ବିଶିଷ୍ଟ ଅତିଥି ଭାବରେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ଓ ସମ୍ମାନିତ ଅତିଥି ଭାବରେ ଧର୍ମଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ, ଧର୍ମଗଡ଼ ବିଜ୍ଞାପିତ ଅଂଚଳ ପରିଷଦ ଉପାଧ୍ୟକ୍ଷା ମନୀଷା ମିଶ୍ର, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଅରୂପାନନ୍ଦ ଭୋଇ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଶ୍ୱଜିତ ବେହେରା, ପ୍ରଧାନ ଶିକ୍ଷକ ବିବେକାନନ୍ଦ ସାଗର, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷl ରୀନା ପଟେଲ ପ୍ରମୁଖ ଯୋଗ ଦେଇଥିଲେ l ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି,ମାତା ପିତା,ଅଭିଭାବକ ଓ ଗୋଷ୍ଠୀ ମଧ୍ୟରେ ଶିଶୁ ବାଟିକା, ପ୍ରଥମ ଶ୍ରେଣୀର ନାମ ଲେଖାର ବୟସ ଓ ନିପୁଣ ଓଡିଶା କାର୍ଯ୍ୟକ୍ରମ ସମ୍ବନ୍ଧରେ ସଚେତନତା ସୃଷ୍ଟି କରାଯାଇଥିଲା l ସମସ୍ତ ଅତିଥି ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ନୂଆ ଛାତ୍ର ଛାତ୍ରୀମାନଙ୍କୁ ପାରମ୍ପରିକ ରୀତିରେ ଫୁଲଚନ୍ଦନ ଦେଇ ସଂକୀର୍ତନ ମଣ୍ଡଳୀ ଦ୍ୱାରା ସ୍ୱାଗତ କରିଥିଲେ ଓ ସିଲଟ ଉପରେ ତିନୋଟି ଗୋଲ ବୁଲାଇ ଖଡ଼ି ଛୁଆଁଇ ଥିଲେ l ଖଡ଼ି ଛୁଇଁ ସରିଲା ପରେ କିଟ ପ୍ରଦାନ କରାଯାଇଥିଲା ପରେ ଅତିଥି ଓ ସ୍ଥାନୀୟ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ନେଇ ପିତାମାତା, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ଉପସ୍ଥିତିରେ ବୈଠକ କରାଯାଇଥିଲା lଏହି ବୈଠକରେ ଶିକ୍ଷା ସମ୍ବନ୍ଧୀୟ ସମସ୍ୟା ଓ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରାଯାଇଥିଲା l ସଭା କାର୍ଯ୍ୟପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା l ଅତିଥି ପୂର୍ବ ପ୍ରସ୍ତୁତ ସାକ୍ଷରତା କେନ୍ଦ୍ର, ସଂଖ୍ୟା ଜ୍ଞାନ କେନ୍ଦ୍ର ଓ ସୃଜନାତ୍ମକ କେନ୍ଦ୍ର ପରିଦର୍ଶନ କରିଥିଲେ l ଧର୍ମଗଡ଼ ବିଧାୟକ ଶ୍ରୀଯୁକ୍ତ ପଟ୍ଟଯୋଶୀ ଶିକ୍ଷା ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଏହି ରଥ ଦୀର୍ଘ ଚାରିଦିନ ମଧ୍ୟରେ ବ୍ଲକ ର ପ୍ରତ୍ୟେକ ଗାଁକୁ ଯାଇ ନିପୁଣ ଓଡିଶା ତଥା ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁର ବାର୍ତ୍ତା ଦେଇ ଲୋକଙ୍କୁ ସଚେତନ କରିବ l କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ସୁଶେଷ କୁମାର ମେହେର ପରିଚାଳନା କରିଥିବାବେଳେ ସମସ୍ତ ସି ଆରସି ସି,ବିଦ୍ୟାଳୟର ସମସ୍ତ ଶିକ୍ଷକ ସହଯୋଗ କରିଥିଲେ l ପରିଶେଷରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l 

ଢଗ ନାଏକ ଙ୍କ ରିପୋର୍ଟ୍ 

Related posts

ଗୋଲାମୁଣ୍ଡା ବ୍ଲକ ପୁଟିଆଚୁରା ରେ କ୍ଳଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା

masiha

ଲଗାଣ ବର୍ଷା ରେ ଗଛପଡି ସମ୍ପୂର୍ଣ ଘର ଭାଙ୍ଗି ନଷ୍ଟ  , ଅଳ୍ପକେ ବର୍ତ୍ତିଗଲେ ପରିବାର ଲୋକେ 

Sunil Chandra Nayak

ବନ୍ଧୁଗାଁ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ପରିମଳ ଓ ସ୍ୱାସ୍ଥ୍ୟ ସେବା ପରଖିଲେ କାୟାକଳ୍ପ ଟିମ୍ 

masiha

Leave a Comment

error: Content is protected !!