ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଭବାନୀପାଟଣା:  – କଳାହାଣ୍ଡି ଜିଲ୍ଲାସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ଆରକ୍ଷୀ ଅଧିକ୍ଷକ ନାଗରାଜ ଡି, ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା 151 ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ 137ଗୋଟି ଓ ସାମୂହିକ 10 ଗୋଟି ରହିଥିବା ବେଳେ 33 ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ୦4 ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା ଏହି ଶିବିରରେ ଘରଡିହ, ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ, ପାନୀୟଜଳ,ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ,ଶିଶୁ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦର ୱାନ, ଉପଜିଲ୍ଲାପାଳ ଧର୍ମଗଡ଼,ଧିମାନ ଚାକମା, ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା,ପି ଡି,ଡ଼ୁଡ଼ା ମୁନୀନ୍ଦ୍ର ହୋନାଗା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମିନତୀଲତା ଦାସ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର ମୋହନ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା,ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର,ଙ୍କ ସମେତ ସ୍ଥାନୀୟ ତହସିଲଦାର,ବିଡିଓ ଏବଂ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । 

( ମ ନି ସ ) 

Related posts

ମର୍ମଦୁନ୍ତସଡ଼କ ଦୁର୍ଘଟଣାରେ ତିନି ଗୁରୁତର

masiha

ଜନସାଧାରଣଙ୍କର ସଚେତନତା ପାଇଁ ପୋଷଣ ପାଖଡା-2023 ପାଳନ ଅବସରରେ ପଦଯାତ୍ରା ଏବଂ ସାଇକେଲ ରାଲି 

Sunil Chandra Nayak

ବରିଷ୍ଠ ନାଗରିକଙ୍କ ଦ୍ବାରା ଉତ୍କଳ ଦିବସ ପାଳିତ

masiha

Leave a Comment

error: Content is protected !!