ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୁଣ୍ଡାଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁଣ୍ଡାଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଲାଞ୍ଜିଗଡ, ୦୯/୦୪(ମନିସ)-ଲାଞ୍ଜିଗଡ ବ୍ଲକ କମର୍ଦ୍ଧା ପଞ୍ଚାୟତ ମସ୍କାଗୁଡା କ୍ଳଷ୍ଟର ଅନ୍ତର୍ଗତ ମୁଣ୍ଡାଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ କମର୍ଦ୍ଧା ସରପଞ୍ଚ ସୁଶୀଳା ନାଏକ ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାନେତ୍ରୀ ଅର୍ଚ୍ଚନା ମିଶ୍ର, ମୁଖ୍ୟବକ୍ତା ଭାବେ ଲାଞ୍ଜିଗଡ଼ ପ୍ରେସ କ୍ଳବର ସଭାପତି ସୁଶୀଲ କୁମାର ବାଗ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ନାଗରିକ ହରିଶ୍ଚନ୍ଦ୍ର ବୁଦ୍ଧିଆ, ସୁରେନ୍ଦ୍ର ପାଢ଼ୀ, କମର୍ଦ୍ଧାସ୍ଥିତ ମଧୁ ମହେଶ୍ୱର ବୁଦ୍ଧିଆ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହିମାଂଶୁ ମହାପାତ୍ର, କ୍ଳଷ୍ଟର ସଂଯୋଜକ ପ୍ରକାଶ ଚନ୍ଦ୍ର ପ୍ରଧାନ, ଶିକ୍ଷକ ସନ୍ତୋଷ କୁମାର ସାହୁ, ସମାଜସେବୀ ଭଗବାନ ମାଝୀ, ସ୍କୁଲ କମିଟିର ସଭାପତି ସତ୍ୟବାନ ପୁଝାରୀ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ବିଭୁତି ଭୂଷଣ ତାଣ୍ଡି ବାର୍ଷିକ ବିବରଣୀ ପାଠ କରିବା ସହିତ ସଭା ପରିଚାଳନା କରିଥିଲେ। ଶିକ୍ଷକ ଶିବଶଙ୍କର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଜଗବନ୍ଧୁ ନନ୍ଦ, ପ୍ରମୋଦ କୁମାର ସାହୁ, ଭବାନୀ ଶଙ୍କର ବାରିକ, ସୁରେଶ ଚନ୍ଦ୍ର ଭୋଇ, ତୁଲୁଗୁ ଗୁଣ ବର୍ଦ୍ଧନ ରାଓ, ଜେମାମଣି ପଧାନ, ଶାନ୍ତନୁ ବୁଦ୍ଧିଆଙ୍କ ସମେତ ଗ୍ରାମବାସୀ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯାଇଥିଲା। ପରିଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। 

ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ ଉପଖଣ୍ଡ ର ସର୍ବାଙ୍ଗୀନ ବିକାଶ ପାଇଁ ଏହାକୁ ଜିଲ୍ଲା ମାନ୍ୟତା ର ଆଵଶ୍ୟକତା ଅଛି

Sunil Chandra Nayak

ପାଣିସାଉଁଳି ଶିକ୍ଷା କେନ୍ଦ୍ରର ବାର୍ଷିକ ଅନୁଷ୍ଠିତ

masiha

କେନ୍ଦ୍ରାପଡ଼ାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

masiha

Leave a Comment

error: Content is protected !!