ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ଼ ଜିଲ୍ଲାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ

ରାୟଗଡ଼ ଜିଲ୍ଲାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ

ରାୟଗଡ଼, ୧୧.୦୪.୨୦୨୫- ଆଜି ରାୟଗଡ଼ ଜିଲ୍ଲାର ମୋଟ ୩୯ ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନା ର ଶୁଭାରମ୍ଭ ହୋଇଯାଇଛି | ଆନୁଷ୍ଠାନିକ ଭାବେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା- ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ର ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ କଟକର ବାଲିଯାତ୍ରା ପଡିଆରେ ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଏବଂ ରାସାୟନିକ ସାର ମନ୍ତ୍ରୀ ଶ୍ରୀ ଜେ ପି ନଡ୍ଡା ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି | ରାଜ୍ୟର ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକକାଳୀନ ଏହି ଯୋଜନା ଗୁଡିକର ଶୁଭାରମ୍ଭ କରଯାଇଥିଲା | ଏହି କ୍ରମରେ ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ସ୍ଥାନୀୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରିଂରୋଡ଼ରେ ,ଠାରେ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ | ଶୁଭାରମ୍ଭ ସମୟରେ ସ୍ୱାସ୍ଥ୍ୟ ସଚେତନା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା ଏବଂ ଏହା ଆସନ୍ତା ଏକ ସପ୍ତାହ ପାଇଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଅଞ୍ଚଳ ପରିସରରେ ସଚେତନତା ରଥ କାର୍ଡ ସମ୍ବନ୍ଧୀୟ ସମସ୍ତ ତଥ୍ୟ ସମ୍ବଳିତ ଅଡିଓ ବାର୍ତ୍ତା ଏବଂ ପ୍ରଚାର ପତ୍ର ବଣ୍ଟନ କରିବ | ଜିଲ୍ଲାର ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ୨୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ କମ୍ବୋକିଟ୍ସ ଓ କାର୍ଡ ବଣ୍ଟନ କରାଯାଇଥିଲା | ଏଠାରେ ଉଲ୍ଲେଖ୍ୟ ଯୋଗ୍ୟ ଯେ ଓଡ଼ିଶାର ଜନସାଧାରଣ ଙ୍କ ପାଇଁ ସମନ୍ଵିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନା ସମଗ୍ର ଓଡିଶା ରେ କାର୍ଯ୍ୟକାରୀ କରାଗଲା | ଏହି ସମନ୍ଵିତ ଯୋଜନା ରେ ରାଜ୍ୟର ୧.୦୩ କୋଟି ପରିବାରର ୩.୦୬ କୋଟି ହିତାଧିକାରୀ ଉପକୃତ ହେବେ | ସେମାନଙ୍କ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ପରିବାରର ମହିଳା ସଦସ୍ୟଙ୍କ ନିମନ୍ତେ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିସା ମିଳିବ | ସମସ୍ତ ହିତାଧିକାରୀଙ୍କୁ ସେମାନଙ୍କ ର କାର୍ଡ ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ ବୋଲି ଜିଲ୍ଲାପାଳ ଶ୍ରମତୀ ପଟାୱରୀ ଘୋଷଣା କରିଥିଲେ l ନୂତନ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ସମସ୍ତ ଜି.ଯେ.ଏ.ୱାଇ ହିତାଧିକାରୀ ତାଲିକା ଭୁକ୍ତ ହସ୍ପିଟାଲ ଗୁଡିକରେ ନିଜର ଆଧାର କାର୍ଡ ଏବଂ ବର୍ତମାନ ପାଖରେ ଉପଲବ୍ଧ ଥିବା ସ୍ୱାସ୍ଥ୍ୟ କାର୍ଡ ନମ୍ବର ଦେଇ ଚିକିସା ପାଇପାରିବେ | ସମ୍ପୃକ୍ତ ଅଂଚଳର ଆଶା କର୍ମୀ / ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ସହାୟତାରେ ଗ୍ରାମ୍ୟ ସ୍ତରରେ ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ କରିବେ | ସମସ୍ତ ଯୋଗ୍ୟ ହିତାଧିକାରୀମାନେ ସମଗ୍ର ଦେଶରେ ୨୯୦୦୦ ହଜାର ତାଲିକାଭୁକ୍ତ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିସା ପାଇପାରିବେ | ଉକ୍ତ ଘରୋଇ ହସ୍ପିଟାଲ ଗୁଡିକର ନାମ www.nha.gov.in କିମ୍ବା www.gjay.gov.in ରୁ ମିଳିପାରିବ | ଯେକୋଣସି ପ୍ରଶ୍ନପାଇଁ, ହିତାଧିକାରୀମାନଙ୍କୁ ଟୋଲ୍ଫ୍ରିନମ୍ବର ୧୦୪ ଏବଂ ୧୫୫୩୬୯ ରେ ଯୋଗାଯୋଗ କରିବା ନିମନ୍ତେ ପରାମର୍ଶ ଦିଆଯାଉଛି |

    ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ରାୟଗଡ଼ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲାପରିଷଦ ଶ୍ରୀ ଅକ୍ଷ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଫୁଲ କୁମାର ପାଢ଼ୀ, ପୌର ଅଧ୍ୟକ୍ଷ ପି ମହେଶ ପଟ୍ଟନାୟକ, ସ୍ଵାସ୍ଥ୍ୟ ବିଭାଗରୁ ଆସିଥିବା ନିର୍ସିଙ୍ଗ ବିଭାଗ ନିର୍ଦେଶକ ଶକ୍ତି ପ୍ରସାଦ ମିଶ୍ର,ଡିପିଏମ ରାଜେଶ ପଟ୍ଟନାୟକ, ପୌର ନିର୍ବାହୀ ସୃ କୁଲଦୀପ କୁମାର ଆଦି ଉପସ୍ଥିତ ଥିଲେ l ସେହିପରି ସ୍ଥାନୀୟ ଜୟରମଗୁଡା ସହରାଞ୍ଚଳ ପ୍ରlଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉପ-ନଗରପାଳ ଶ୍ରୀମତୀ ଶୁଭ୍ରା ପଣ୍ଡା, ଜିଲ୍ଲା ମତ୍ସ୍ଯ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ସେହିପରି ଜିଲ୍ଲାର ପ୍ରତ୍ୟେକ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଞ୍ଚଳରେ ମାନ୍ୟଗଣ୍ୟ ଅତିଥି, ଜନପ୍ରତିନିଧି ମlନେ ଯୋଗଦାନ କରିଥିଲେ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ମିସ ଆଶନି ଏଏଲ  ହେଲେ ରାଇରଙ୍ଗପୁର ପୌରପାଳିକାର ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରିଣୀ

masiha

ଧର୍ମପ୍ରାଣା ପଦ୍ମତୋଳା ସେନାପତିଙ୍କ ପରଲୋକ, ପରିଚିତ ମହଲରେ ଶୋକର ଛାୟା 

Sunil Chandra Nayak

ନର୍ଲାବ୍ଲକ୍ ର ବିଶିଷ୍ଟ ରାଜନୀତିଜ୍ଞ ମାନଗୋବିନ୍ଦ ମହାନ୍ତିଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

masiha

Leave a Comment

error: Content is protected !!