ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ମଧୁପୁର, ଲାଞ୍ଜିଗଡ ରୋଡ଼, ବେନଗାଁରେ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ମଧୁପୁର, ଲାଞ୍ଜିଗଡ ରୋଡ଼, ବେନଗାଁରେ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଲାଞ୍ଜିଗଡ, ୧୧/୦୪-ଲାଞ୍ଜିଗଡ ବ୍ଲକର ଲାଞ୍ଜିଗଡ ରୋଡ଼, ମଧୁପୁର ଓ ବେନଗାଁସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଆଜି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ପ୍ରଧାନମନ୍ତ୍ରୀ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରସାଦ ନଡ୍ଡା, କେନ୍ଦ୍ର ଆଦିବାସୀ ବିକାଶ ମନ୍ତ୍ରୀ ଜୁଏଲ ଓରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂଦେଓ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଆଭାସୀ ଜରିଆରେ ଏହାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମଧୁପୁରଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ଅଞ୍ଜଳୀ ମାଝୀ, ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ, ସମିତି ସଭ୍ୟା ସୁଚିତ୍ରା ମାଝୀ, ସାମ୍ବାଦିକ କୈଳାସ ସାହୁ, ସନ୍ତୋଷ ତୁଳ, ବରିଷ୍ଠ ନାଗରିକ ସୁରେନ୍ଦ୍ର ମାଝୀ, ବୈଦେହୀ ମାଝୀ, କାର୍ତ୍ତିକେଶ୍ୱର ବେହେରା, ପ୍ରସନ୍ନ ପରିଡା, ସମାଜସେବୀ ଦେବ ପଟେଲ ପ୍ରମୁଖ ମଞ୍ଚାସୀନ ଥିଲେ। ଡା. ସୁପ୍ରିୟା ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିପିଓ ମାନସ ରଞ୍ଜନ ସ୍ୱାଇଁ, ପିଏଚଇଓ ଦିବାକର ପ୍ରଧାନ, ଫାର୍ମାସିଷ୍ଟ ସୁଧୀର ଖାନସମା ପରିଚାଳନା କରିଥିଲେ। ସଭା ପରିଚାଳନା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ଜନ ଆରୋଗ୍ୟ ସମିତି ସଦସ୍ୟ ସୁଶୀଲ କୁମାର ବାଗ। ଲାଞ୍ଜିଗଡ ରୋଡଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ସମ୍ମାନିତ ଅତିଥି ଭାବେ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ଭବାନୀଶଙ୍କର ଲେଙ୍କା, ସିଡିପିଓ ବିଜୟ ଶ୍ରୀ ସିଂ, ଲାଞ୍ଜିଗଡ ରୋଡ଼ ସରପଞ୍ଚ ମମତା ଶବର, ସମିତିସଭ୍ୟା ମୁକ୍ତା ଭୋଇ, ପୂର୍ବତନ ସରପଞ୍ଚ ଟଙ୍କଧର ମାଝୀ, ବରିଷ୍ଠ ନାଗରିକ ଦୀପକ ମହାପାତ୍ର, ସମାଜସେବୀ ଚନ୍ଦ୍ରଶେଖର ମହାପାତ୍ର, ମିଲନ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଡା. ଅନ୍ତର୍ଯ୍ୟାମୀ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଫାର୍ମାସିଷ୍ଟ ରବୀନ୍ଦ୍ର କୁମାର ସାହୁ ପରିଚାଳନା କରିଥିଲେ। ସେହିପରି ବେନଗାଁଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଲାଞ୍ଜିଗଡ ତହସିଲଦାର ଅଭିଷେକ ବଗର୍ତ୍ତି ଯୋଗ ଦେଇଥିବାବେଳେ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ। ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗର କର୍ମକର୍ତ୍ତା, ମିଶନଶକ୍ତି, ଆଶା, ଅଙ୍ଗନୱାଡି କର୍ମୀ, ପଞ୍ଚାୟତ ପ୍ରତିନିଧି, ମହିଳା ଗୋଷ୍ଠୀର ସଦସ୍ୟା ଉପସ୍ଥିତ ଥିଲେ। 

ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ସୁନ୍ଦରଗଡ଼ ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ

masiha

ଗଠନ ହେଲା ପଞ୍ଚାୟତ ସ୍ତରୀୟ ଶାଖା କମିଟି

masiha

ଉତ୍କେଲା ବିକାଶ ମଞ୍ଚ ର ମାସିକ ବୈଠକ

Sunil Chandra Nayak

Leave a Comment

error: Content is protected !!