ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋରାପୁଟରେ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

କୋରାପୁଟରେ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

କୋରାପୁଟ ସଦର ମହକୁମାରେ ସମ୍ବିଧାନ ପ୍ରଣେତା ଡ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାପିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା,ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ପୂର୍ବତନ ବିଧାୟକ ନିମାଇଁ ସରକାର,ବିଜେପି ଜିଲ୍ଲା ସଭାପତି ଶିବ ମୁଦୁଲି, ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ,ସମାଜସେବୀ ରୂପକ ତୁରୁକ, କାମାକ୍ଷା ପ୍ରସାଦ ମାଝୀ ପ୍ରମୁଖଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।ଏହି ଅବସରରେ ଆୟୋଜିତ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ସନ୍ତୋଷ କୁମାର ସେଠି ଓ ଅଲିଭା କୁମାର ବେହେରା ଯୋଗଦେଇ ପରିଚାଳନା କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ୍ ପକ୍ଷରୁ “ଦିଶା’ ସମାବର୍ତ୍ତନ ଉତ୍ସବ   ୧୫ତମ ସଂସ୍କରଣରେ ସାମିଲ ହେଲେ ୫୨୧ଜଣ ମହିଳା

Sunil Chandra Nayak

ବିପଦସଙ୍କୁଳ ଅବସ୍ଥାରେ ନୂଆଗାଁ ପୋଲ/

Sunil Chandra Nayak

ଧର୍ମଗଡ:ଠୁଟିବର ନିକଟରେ ବାଇକ ରୁ ଖସି ଜଣକର ମୃତ୍ୟୁ

masiha

Leave a Comment

error: Content is protected !!