ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ଦିବସ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ 

ଓଡିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ଦିବସ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ 

ଡାବୁଗାଁ, ୧୪/୪ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ଦିବସ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପ୍ରଥମେ ପାରମ୍ପରିକ ଖାଦ୍ୟ ପ୍ରଦର୍ଶିତ ହୋଇଥିଲା | ପରେ ମହିଳା ମାନଙ୍କ ଦ୍ଵାରା ଝୋଟି ଓ ହୁଳୁହୁଳି ପ୍ରତିଯୋଗୀତା କରଯାଇଥିଲା | ଶେଷରେ ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ଦେଇ ସମ୍ମାନୀତ କରାଯାଇଥିଲା | ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ ଓ ଅଙ୍ଗନୱାଡି ସୁପରଭାଇଜର ବିମଳା କୁମାରୀ ନାୟକ, ଜୁନାପାଣି ସରପଞ୍ଚ ଦୟାନିଧି ଭତ୍ରା, ଅଞ୍ଚଳା ସରପଞ୍ଚ ରମେଶ ମାଝି, ଅଙ୍ଗନୱାଡି କର୍ମୀ, ଏମବିକେ ଓ ସିଆରପି ମାନେ ଯୋଗ ଦେଇଥିଲେ | ଅମୂଲ୍ୟ ଦଳାଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ମନରେଗାରେ ମହାଘୋଟଲା

masiha

ମୂଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ତଥା ରାଜ୍ୟ ସରକାର ଙ୍କ ୫ଟି ସଚିବ ଭି କେ ପାଣ୍ଡିୟାନ ଙ୍କ ଉପରେ କାଳିମାଡ ଘଟଣାକୁ ନେଇ ଧର୍ମଗଡ ବିଜୁ ଜନତା ଦଳର ତୀବ୍ର ନିନ୍ଦା ସହ ନୀରବ ଶୋଭାଯାତ୍ରା

masiha

ଆଞ୍ଚଳିକ ବ୍ରାହ୍ମଣ ସମିତିର ଜୋନ ସ୍ତରୀୟ ସମ୍ମିଳନୀ

masiha

Leave a Comment

error: Content is protected !!