ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ଦିବସ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ 

ଓଡିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ଦିବସ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ 

ଡାବୁଗାଁ, ୧୪/୪ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ଦିବସ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପ୍ରଥମେ ପାରମ୍ପରିକ ଖାଦ୍ୟ ପ୍ରଦର୍ଶିତ ହୋଇଥିଲା | ପରେ ମହିଳା ମାନଙ୍କ ଦ୍ଵାରା ଝୋଟି ଓ ହୁଳୁହୁଳି ପ୍ରତିଯୋଗୀତା କରଯାଇଥିଲା | ଶେଷରେ ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ଦେଇ ସମ୍ମାନୀତ କରାଯାଇଥିଲା | ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ ଓ ଅଙ୍ଗନୱାଡି ସୁପରଭାଇଜର ବିମଳା କୁମାରୀ ନାୟକ, ଜୁନାପାଣି ସରପଞ୍ଚ ଦୟାନିଧି ଭତ୍ରା, ଅଞ୍ଚଳା ସରପଞ୍ଚ ରମେଶ ମାଝି, ଅଙ୍ଗନୱାଡି କର୍ମୀ, ଏମବିକେ ଓ ସିଆରପି ମାନେ ଯୋଗ ଦେଇଥିଲେ | ଅମୂଲ୍ୟ ଦଳାଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନୂଆପଡା ଜିଲ୍ଲା ଆଦର୍ଶ ସାମ୍ବାଦିକ ସଂଘ(ନାସ)ର ନୂଆଖାଈ ଭେଟଘାଟ ଉତ୍ସବ ସଂପନ୍ନ 

masiha

ଓଡିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ରାଉରକେଲାର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ ଉତ୍ସବ

Sunil Chandra Nayak

ବନ୍ଧୁଗାଁ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସାଂଗଠାନିକ ନିର୍ବାଚନ ଅନୁଷ୍ଠିତ 

masiha

Leave a Comment

error: Content is protected !!