ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁଆଁରମୁଣ୍ଡା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କୁଆଁରମୁଣ୍ଡା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, ୧୫/୪/୨୫ : ଆଜି କୁଆରମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ। 

     ଆଜି ମୋଟ ୪୯ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ ୨୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୮ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୩ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା।  ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା,ବ୍ରିଜ ନିର୍ମାଣ, ଆବାସ ସମସ୍ୟା, ରାସନ୍  ସମସ୍ୟା, ପାନୀୟ ଜଳ ସମସ୍ୟା  ଆଦି ପ୍ରମୁଖ ରହିଥିଲା। 

       ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ଉପ ଜିଲ୍ଲାପାଳ ପାନପୋଷ ବିଜୟ କୁମାର ନାୟକ  ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ତିରିଂ ଥାନା ! ସର୍ପାଘାତରେ ଶିଶୁ ମୃତ

masiha

ଡି. ଆଇ. ଇ. ଟି. ଢେଙ୍କାନାଳ ରାଜ୍ୟରେ ଶ୍ରେଷ୍ଠ ପ୍ରଶିକ୍ଷଣ ପ୍ରତିଷ୍ଠାନ :୨୦୨୪-୨୫ ବର୍ଷ ଲାଗି ପାଇଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

Sunil Chandra Nayak

ଯୁବ ନେତୃତ୍ୱ ଏବଂ ଗୋଷ୍ଠୀ ଵିକାଶ ତାଲିମ ଶିବିର ଉଦଯାପିତ

Sunil Chandra Nayak

Leave a Comment

error: Content is protected !!