ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଞ୍ଜିଗଡ଼ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଲାଞ୍ଜିଗଡ଼ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ    

ଭବାନୀପାଟଣା : ତା. ୧୫.୦୪.୨୦୨୫ – କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୨୭ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୧ ଗୋଟି ଓ ସାମୂହିକ ୧୪ ଗୋଟି ରହିଥିବା ବେଳେ ୮ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୂଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ୨ ଜଣଙ୍କୁ ଆର୍ଥିକ ସହାୟତା ଏବଂ ଜଣଙ୍କୁ ହୁଇଲ୍ ଚେୟାର, ହରିଶ୍ଚନ୍ଦ୍ର ସହାୟତା ଯୋଜନା ରେ ଶକୁନ୍ତଳା ଗଉଡ,ସବିତା ଗଉଡ,ମାଡି ବନ୍ଦ ଓ କିଡିଙ୍ଗ ଗ୍ରାମର ଅଞ୍ଜନା ଶବର ଙ୍କୁ ପ୍ର୍ୟତେକ ଙ୍କୁ ତିନି ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଜିଲ୍ଲାପାଳଙ୍କ ଦ୍ଵାର ପ୍ରଦାନ କରାଯାଇଥିଲା। ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ,ଭତ୍ତା, ପାନୀୟଜଳ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ଶିଶୁ ସୁରକ୍ଷା, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ମିନତୀ ଲତା ଦାସ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ମୁଖ୍ୟ ଜିଲା କୃଷି ଅଧିକାରୀ ମଳୟ କୁମାର ପରିଡା, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ଙ୍କ ସମେତ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ ବିଡିଓ , ତହସିଲଦାର ଏବଂ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ,ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । 

( ମ ନି ସ ) 

 

Related posts

ରବି ମଣ୍ଡି ବନ୍ଦ: ଖୋଲା ଆକାଶ ତଳେ ଲକ୍ଷ ଲକ୍ଷ କୁଇଣ୍ଟାଲ ଧାନ, ଚିନ୍ତାରେ ଚାଷୀ

ମା’ ଓ ନବଜାତ ଶିଶୁଙ୍କୁ ଏକତ୍ର ରଖି ଚିକିତ୍ସା ବ୍ୟବସ୍ଥା ପାଇଁ ମାନବ ଅଧିକାର ସୁରକ୍ଷା ମଞ୍ଚର ଦାବି

Sunil Chandra Nayak

ନଦୀକୁ ଗାଧୋଇବା ସମୟରେ ପାଣିରେ ବୁଡି ବୃଦ୍ଧ ମୃତ

Leave a Comment

error: Content is protected !!