ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବଡ଼ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବଡ଼ଗାଁ ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୨୧/୦୪/୨୫: ଆଜି ଜିଲ୍ଲା ପ୍ରଶାସନ ଦ୍ବାରା ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ର ଶୁଣାଣି କରିଥିଲେ। 

         ଆଜି ମୋଟ ୫୫ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୩ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। 

     ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଆନ୍ତର୍ଜାତୀୟ ବ୍ଲାକନୋଫାଣ୍ଟାଷ୍ଟିକ ଇଣ୍ଟରନେସନାଲ କ୍ରୋଏସିଆ ପକ୍ଷରୁ ଡ ନାରାୟଣ ମହାପାତ୍ରଙ୍କୁ ‘ସମ୍ମାନ ସୂଚକ ଡକ୍ଟରେଟ ଉପାଧି’ ରେ ସମ୍ବର୍ଦ୍ଧିତ 

Sunil Chandra Nayak

ସାଦିକପୁର ସ୍କୁଲରେ ୱାଟର ଫିଲଟର ମେସିନ ଲଗାଇଲା ଇସାଫ୍ ବ୍ୟାଙ୍କର ଏଲ୍ଏଲ୍ଏମ୍ଏସ୍ ଫାଇନାନ୍ସ ସଂସ୍ଥା

masiha

ବାଣ ଫୁଟି ଯୁବକ ଗୁରୁତର 

Sunil Chandra Nayak

Leave a Comment

error: Content is protected !!