ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ

ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ

କୋରାପୁଟ ସଦର ମହକୁମାଠାରେ ରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ଏହି ଅବସରରେ କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତି ଚାରଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଭାରପ୍ରାପ୍ତ ପୌର ପରିଷଦ ନିର୍ବାହୀ ଅଧିକାରୀ ଦେବାଶିଷ ଗୌଡ଼, ଅଧ୍ୟାପକ ରବି ଶତପଥି, ସମାଜସେଵୀ ରୂପକ ତୁରୁକ ପ୍ରମୁଖଙ୍କ ସହ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।ଏହି ଅବସରରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା l ଦକ୍ଷିଣ ଓଡିଶାକୁ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶରେ ସାମିଲ କରିବା ପାଇଁ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଅବଦାନ ଅବିସ୍ମରଣୀୟ ବୋଲି ଉପସ୍ଥିତ ବକ୍ତା ମାନେ ମତପ୍ରକାଶ କରିଥିଲେ l ସେ ତିନି ତିନି ଥର ଲଣ୍ଡନ ଗସ୍ଥ କରି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଦାବି ଉପସ୍ଥାପନ କରିଥିଲେ l ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ସନ୍ତୋଷ କୁମାର ସେଠି ଏବଂ ଏ କେ ବେହେରା ଯୋଗଦେଇ ପରିଚାଳନା କରିଥିଲେ। 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବନ୍ଧୁଗାଁରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ, ପଞ୍ଚାୟତ ମାନଙ୍କରେ ଗ୍ରାମସଭା

Sunil Chandra Nayak

ରାଇରଙ୍ଗପୁରରେ ଓକିଲ ସଂଘ ତରଫରୁ ମଧୁ ଜୟନ୍ତୀ ଓ ଓକିଲ ଦିବସ ମହାସମାରୋହରେ ପାଳିତ

Sunil Chandra Nayak

ସରକାରୀ ପ୍ରାଥମିକ ବିଦ୍ୟାଳୟ କନର୍ଲାର ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

Leave a Comment

error: Content is protected !!