ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୨୮.୦୪.୨୦୨୫)(ରବି ନାରାୟଣ ମହାନ୍ତି)ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଭାରପ୍ରାପ୍ତ ବି ଡି ଓ ମନୋଜ ପାଣିଗ୍ରାହୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଚିହ୍ନଟ ୬ ଜଣ ଦିବ୍ୟାଙ୍ଗ ଙ୍କୁ ହୁଈଲ ଚେୟାର ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଏସପିସିବି ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ 

masiha

ଭୌତିକ ଚିକିତ୍ସାରେ ବୋଡ଼େନ ବ୍ଲକ ର ପ୍ରଥମ କୃତିତ୍ୱ ଅର୍ଜନ କଲେ ସଚିନ ବେହେରା

Sunil Chandra Nayak

ଲଣ୍ଡନ ବୁକ ଅଫ ୱାର୍ଲଡ ରେକର୍ଡ ରେ ସ୍ଥାନ ପାଇଲା ୪୦ ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା ଭାସ୍କର୍ଯ୍ୟ କଳା “ଓଡିଶାର ସଂସ୍କୃତି ଓ ଐତିହ୍ୟ”

masiha

Leave a Comment

error: Content is protected !!