ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ପଞ୍ଚାୟତ ସମିତି ସାଧାରଣ ବୈଠକ 

ଡାବୁଗାଁ ପଞ୍ଚାୟତ ସମିତି ସାଧାରଣ ବୈଠକ 

ଡାବୁଗାଁ, ୫/୫ (ମ. ନି. ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ପଞ୍ଚାୟତ ସମିତି ର ସାଧାରଣ ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ସ୍ୱାସ୍ଥ୍ୟ, ଶିକ୍ଷା, ମତ୍ସ୍ୟ, ପ୍ରାଣୀ ସମ୍ପଦ, ସମାଜ କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ଉଦ୍ୟାନ, ଖାଉଟି କଲ୍ୟାଣ, ମଙ୍ଗଳ ବିଭାଗ, ବିଦ୍ୟୁତ, ଜଳ ଓ ପରିମଳ, ବନ ବିଭାଗ, ମୃତ୍ତିକା ସଂରକ୍ଷଣ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଉନ୍ନୟନ ଓ ଏମଜିଏନଆରଇଜିଏ ଯୋଜନା ଉପରେ ଆଲୋଚନା ହୋଇଥିଲା | ଏଥିରେ ବିକଶିତ ଗାଁ ବିକଶିତ ଓଡିଶା, ବ୍ଲକ ପଞ୍ଚାୟତ ଉନ୍ନୟନ ଖସଡ଼ା ପ୍ରସ୍ତୁତ କରିବା ଉପରେ ଆଲୋଚନା ହୋଇଥିଲା | ଏହାସହ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀ ମାନେ ନିଜ ନିଜ ବିଭାଗରେ ଚାଲିଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ | ବୈଠକରେ ଅତିଥି ଭାବେ ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋୟୀ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ସିଡିପିଓ ମିନତୀ ଦାଶ, ଗ୍ରାମପଞ୍ଚାୟତ ଉନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଅତିରିକ୍ତ ପ୍ରାଣୀ ଚିକିତ୍ସକ ଏଲ. ଲୋକନାଥ ରେଡ୍ଡୀ, ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଉମାକାନ୍ତ ପଟ୍ଟନାୟକ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ସୁଭାଶିଷ ସାହୁ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ବ୍ଲକ କୃଷି ଅଧିକାରୀ ସୁଦେଷ୍ନା ଧଳ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ସହକାରୀ ମତ୍ସ୍ୟ ଅଧିକାରୀ କୃର୍ତ୍ତିକା ବେହେରା , ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ସହକାରୀ ଯନ୍ତ୍ରୀ ଆନନ୍ଦ କୁମାର ମଣ୍ଡଳ, ଜଳ ଓ ପରିମଳ କନିଷ୍ଠଯନ୍ତ୍ରୀ ରୋହିତ କିଶାନ, ଓ ସମସ୍ତ ସରପଞ୍ଚ, ସମିତି ସଭ୍ୟାସଭ୍ୟ ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମ କୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ପରିଚାଳନା କରିଥିଲେ |

ଡାବୁଗାଁ ରୁ ପ୍ରଜ୍ଞା ରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ଶିକ୍ଷକ ବଦନ ସୁନ୍ଦର ମେହେରଙ୍କୁ ଭବ୍ଯ ବିଦାୟ ସମ୍ବର୍ଦ୍ଧନା

ଡାବୁଗାଁ ବାଳିକା ଉଚ୍ଚ ବିଦ୍ୟାଳୟରେ ଓଡିଶା ଦିବସ ପାଳିତ 

masiha

ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ପ୍ରଦୀପ

Sunil Chandra Nayak

Leave a Comment

error: Content is protected !!