ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ 

ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ 

ନବରଙ୍ଗପୁର:(୧୦/୦୫)(ରବି ନାରାୟଣ ମହାନ୍ତି) ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ଦୌରାଜର୍ଜ ସୁବ୍ରତ ମହାନ୍ତି 04 (ଗୋଟି) ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ଦାବି (MACT) ବାବଦକୁ ଫଇସଲା କରି ଟ.୩୧,୩୨,୭୬୦/- କ୍ଷତିପୁରଣ ଆଦାୟ କରିଛନ୍ତି। ପରିବାର ବିଚାର ବିଭାଗୀୟ ଜର୍ଜ ଲିଲିପ୍ତା ପସାୟତ ୧୦ (ଗୋଟି) ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି ସେଥିମଧ୍ୟରୁ (୦୨) ଦୁଇ (ଗୋଟି) କେସରେ ଦୀର୍ଘ ଦିନ ବିବାଦର ଅନ୍ତ ଘଟାଇ ଦମ୍ପନ୍ତୀଙ୍କ ମଧ୍ୟରେ ଆପୋଷ ମିଳାମିଶା କରାଇଛନ୍ତି । ବରିଷ୍ଟ ଦେବାନୀ ଜର୍ଜ ମୋନିତା ତ୍ରିପାଠୀ ୦୩ଟି ବ୍ୟ।ଙ୍କ ଋଣଦେୟ ସମ୍ବଦ୍ଧିୟ ବିବାଦର ଫଇସଲା କରି ଟ.୨,୨୭,୨୫୪ ଟଙ୍କା ରୁଣ ଆଦାୟ କରିଛନ୍ତି ଓ ୧ ଟି ଦେବାନୀ କେସ ଫଇସଲା କରିଛନ୍ତି । ବରିଷ୍ଟ ଦେବାନୀ ଜର୍ଜ ୱୋମେନ୍ସ କୋର୍ଟ ୦୪ ଟି ଫୌଜଦାରୀ ମକଦ୍ଦମା, ସେହିଭଳି ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ନବରଙ୍ଗପୁର ସୌମ୍ୟ ଶଙ୍କର ମହନ୍ତ ୯୩ ଟି ଫୌଜଦାରୀ ମକଦ୍ଦମାର ଫଇସଲା କରିଛନ୍ତି ଓ ୦୩ ଟି ଏନ ॰ ଆଇ॰ ଆକ୍ଟ କେସ ସମାଧାନ କରିଛନ୍ତି । ଦ୍ୱିତୀୟ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଅଙ୍କିତା ପାଣିଗ୍ରାହୀ ୧ଟି ଫୌଜଦାରୀ ମକଦ୍ଦମା ସମାଧାନ କରିଛନ୍ତି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ସର୍ବମୋଟ 201 ଗୋଟି କୋର୍ଟ କେସ ଓ ୧୫,୪୦୭ ଗୋଟି ରାଜସ୍ୱ କେସର ଫଇସଲା କରାଯାଇ ଟ.୪,୭୦,୩୦୩/- ରାଜସ୍ୱ ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କର ୯ ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୧,୯୮,୧୦୦ /- ରୁଣ ଆଦାୟ କରାଯାଇଛି । ଟିପିଏସଓଡ଼ିଏଲ ୫୫୯ ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୮୪,୬୨,୪୬୩ /- ବିଦ୍ୟୁତ ଦେୟ ବାବଦକୁ ଆଦାୟ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଅନ୍ୟାନ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଜର୍ଜ ବିଷ୍ଣୁ ପ୍ରସାଦ ମିଶ୍ର, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରି ଶ୍ରୀମତୀ ସୀମା ତ୍ରିପାଠୀ ଓ ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ସୁକାନ୍ତ କିଶୋର ଜେନା ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭିସ୍ପା ଗୋଛାୟତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଏକତା ମହିଳାମଞ୍ଚ କଳାହାଣ୍ଡି ଦ୍ୱାରା ତିନି ଦିନିଆଁ ମହିଳା ସଶକ୍ତିକରଣ ପ୍ରଶିକ୍ଷଣ ତାଲିମ ଶିବିର ସଦର ବ୍ଲକ ଗୁଭାପଡା ରେ ଅନୁଷ୍ଠିତ

Sunil Chandra Nayak

ପରିବାରର ଆର୍ଥିକ ଅନଟନ, ଗରିବୀ ତାକୁ ସଜାଉଛି ଦାଦନ ପୁଣି ଦାଦନ ଯାଇ ଗୁରୁତର ହୋଇ ଘରକୁ ଫେରିଲେ ଦୁଷ୍ମନ୍ତ

masiha

ଲଗାଣ ବର୍ଷାରେ ଭାଙ୍ଗିଲା ଗୁମାବାହାଲ ର ଠେଲକୋ ସାଗର

masiha

Leave a Comment

error: Content is protected !!