ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ  

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ  

 ନୂଆପଡା, ନୂଆପଡା, ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମାର୍ଷିରାଣୀ ପୂର୍ତ୍ତିଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା । ଶିବିରରେ ବିଭିନ୍ନ ଅଭିଯୋଗର ଶୁଣାଣି ଜିଲ୍ଲା ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ଡି ପି ଙ୍କ ସହିତ ବନଖଣ୍ଡ ଅଧିକାରୀ ଖଡ଼ିଆଳ ଅଜିଜ ଖାନ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା, ବ୍ଲକ୍ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ l ଶିବିର ପରିଚାଳନାରେ ଡେପୁଟି କଲେକ୍ଟର ଶେଖ୍ ନସିମ,ବିଡ଼ିଓ ନରସିଂହ ଗଡବା , ଅତିରିକ୍ତ ତହସିଲଦାର ତ୍ରିଲୋଚନ ନାୟକ, ଇ ଓ ଖରୀଆର ଏନ୍ ଏ ସି ସ୍ଵାଧୀନ ମହାରଣା ପ୍ରମୁଖ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ସମସ୍ତ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ,ବ୍ଲକ ସ୍ତରୀୟ ଅଧିକାରୀ , କର୍ମଚାରୀ ଏବଂ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଳକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ଓ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

କଳାହାଣ୍ଡି ଉତ୍ତର ବନଖଣ୍ଡ କାର୍ଯ୍ଯାଳୟ ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ” ବିଶ୍ବ ବନ ଦିବସ” ବାଳସି ବିଦ୍ୟାଳୟ ପୁରସ୍କୃତ 

masiha

ରାଜ ଭବନରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ: ରାଜ୍ୟପାଳ

Sunil Chandra Nayak

ନଛିପୁର ହାଇସ୍କୁଲ ପାଳନ କଲା ୭୮ତମ ସ୍ବାଧୀନତା ଦିବସ

masiha

Leave a Comment

error: Content is protected !!