ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମାଦକ ଦ୍ରବ୍ୟ ଉତ୍ପାଦନ ଓ ଚରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ ଅନୁଷ୍ଠିତ 

ମାଦକ ଦ୍ରବ୍ୟ ଉତ୍ପାଦନ ଓ ଚରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ ଅନୁଷ୍ଠିତ 

ରାୟଗଡ:-ତା. ୧୩/୦୫-ରlୟଗଡ଼ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଧରପଗଡ଼ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏହା ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l ବିଶେଷ କରି ଜିଲ୍ଲାରେ ମାଦକ ନିଷଦ୍ରବ୍ୟ ଗଂଜେଇ ଅବାଧ ଚାଷକୁ ରୋକିବା, ନିଶା ଦ୍ରବ୍ୟ ଅବାଧ କାରବାର ସମ୍ପର୍କରେ ଗୁପ୍ତ ତଥ୍ୟ ପ୍ରଦାନ,ବିଦ୍ୟାଳୟ, ମହାବିଦ୍ୟାଳୟ ମାନଙ୍କ ଠାରେ ନିଶନିବାରଣ ଉପରେ ସଚେତନତାକୁ ପ୍ରତ୍ସାହ୍ନ କରିବା, ମାଦକ ଦ୍ରବ୍ୟ କାରବାର ବହୁଳ ଅଂଚଳ ମାନଙ୍କରେ ନିଷlଦ୍ରବ୍ୟ କ୍ଷତିକାରକ ବିଷୟରେ ଜନସଚେତନତା ସୃଷ୍ଟି କରିବା l ଉନୟନ କାର୍ଯ୍ୟକ୍ରମ ଗୁଡିକ କାର୍ଯ୍ୟ କାରୀ କରିବା l ବିଶେଷ କରି ଓଡିଶା ଜୀବିକା ମିଶନ କାର୍ଯ୍ୟକ୍ରମ ଜରିଆରେ ଏହି ଅଂଚଳର ଲୋକମାନଙ୍କୁ କର୍ମସଂସ୍ଥାନ ଯୋଗାଇବା ଉପରେ ଆଲୋଚନା କରାଯାଇଥିଲା l ଅବକାରୀ ବିଭାଗକୁ ସକ୍ରୀୟ ରହି ନିଶାଦ୍ରବ୍ୟ କାରବାର ରୋକିବା ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l ଆଜିର ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ସୁଶାନ୍ତ କୁମାର ଧଳ ସାମନ୍ତ, ଜିଲ୍ଲା ଅତିରିକ୍ତ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, କୃଷି ଅଧିକାରୀ , ଜିଲ୍ଲା ପ୍ରାଣୀ ଚିକତ୍ସା ଅଧିକାରୀ, ଉଦ୍ୟାନ ବିଭାଗ , ଜିଲ୍ଲା ମତ୍ସ୍ଯ ବିଭାଗର ଅଧିକାରୀ, , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜନଲାଲ ମାଝୀ, ଜିଲ୍ଲା ଦକ୍ଷ୍ୟତା ଓ କର୍ମ ନିୟୋଜନ ଅଧିକାରୀ ଶ୍ରୀ ତତ୍ତ୍ୱମୋସୀ ମହାପାତ୍ର, ଜିକା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ, ରେଳ ବିଭାଗ ଓ ଅନ୍ୟାନ୍ୟ ଅଧିକାରୀ ମlନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଆଦିବାସୀ ଭବନର ଶୁଭ ଉଦ୍ଘାଟନ 

masiha

ଚଳନ୍ତା କାରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଦୁଇ ଜଣ 

masiha

ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷରୋପଣ ଓ ସଚେତନତା ରାଲି ଅନୁଷ୍ଠିତ

Leave a Comment

error: Content is protected !!