ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋଷାଗୁମୁଡ଼ା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କୋଷାଗୁମୁଡ଼ା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର :(ତା୧୩.୦୫.୨୦୨୫)(ରବି ନାରାୟଣ ମହାନ୍ତି)ଆଜି କୋଷାଗୁମୁଡ଼ା ପଂଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୪ଟି ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୫ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଅସହାୟ ପରିବାରର ପ୍ରତିପୋଷଣ ପାଇଁ ଗୋ ସମ୍ପତି ଦାନ କଲେ ଶ୍ରୀ ଜଗନ୍ନାଥ ଟ୍ରଷ୍ଟ 

Sunil Chandra Nayak

ଅଂଶୁଘାତରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ପ୍ରଗତି ଉତ୍କଳ ସଂଘ ପକ୍ଷରୁ ନୀଳକଣ୍ଠ ଦାସ ଜୟନ୍ତୀ ଓ ପୁସ୍ତକ ଲୋକାର୍ପଣ ଉତ୍ସବ

Sunil Chandra Nayak

Leave a Comment

error: Content is protected !!