ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋଷାଗୁମୁଡ଼ା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କୋଷାଗୁମୁଡ଼ା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର :(ତା୧୩.୦୫.୨୦୨୫)(ରବି ନାରାୟଣ ମହାନ୍ତି)ଆଜି କୋଷାଗୁମୁଡ଼ା ପଂଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୪ଟି ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୫ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ମିଶନ ଶକ୍ତି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ମୂଳନୀବାସୀ ବହୁଜନ ମିଳିତ ମହାସଂଘ ର ଯୁବ – ଛାତ୍ର ବୈଠକ

masiha

ମହିମା ପଞ୍ଚାୟତ ପିଇଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଜନ ପ୍ରତିନିଧି

Sunil Chandra Nayak

Leave a Comment

error: Content is protected !!