ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ମିଳିତ ଜନ ଶୁଣାଣି 

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ମିଳିତ ଜନ ଶୁଣାଣି 

ମୋଟ ୪୬ ଟି ଅଭିଯୋଗର ହେଲା ଶୁଣାଣୀ.

 ମୟୂରଭଞ୍ଜ :ତା ୧୪/୦୫ // ଆଜି ମୟୂରଭଞ୍ଜ ଜିଲ୍ଲାର ଦିତୀୟ ସର୍ବ ବୃହତ୍ତମ ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ମିଳିତ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି।

ରାଇରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଶ୍ରୀ ଯଦୁନାଥ ଜେନା ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ, ରାଇରଙ୍ଗପୁର ଶ୍ରୀ ଗୋକୁଳାନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ .।

ପ୍ରାରମ୍ଭ ରେ ଉପଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.।

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୪୬ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୩୯ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୦୭ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ୪ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା।

 ଆପତ୍ତି ଅଭିଯୋଗ ଗୁଡିକର ଶୁଣାଣି କରି ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଉପଜିଲ୍ଲାପାଳ ନିର୍ଦେଶ ଦେଇଥିଲେ.।

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ  

Sunil Chandra Nayak

ଜୀବଜନ୍ତୁ କଲ୍ୟାଣ ଦିବସ ଏବଂ ଜୀବଜନ୍ତୁ ମଙ୍ଗଳ ପକ୍ଷ ଅବସରରେ ରାଇରଙ୍ଗପୁର ଗୋଶାଳାରେ ମାଗଣା ପ୍ରାଣୀ ଚିକିତ୍ସା ଶିବିର

Sunil Chandra Nayak

ରାଉରକେଲାରେ ମହରମ୍ ଶୋଭାଯାତ୍ରା : ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ଯାପକ ପୋଲିସ୍ ମୁତୟନ

Sunil Chandra Nayak

Leave a Comment

error: Content is protected !!