ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦ୍ରପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଚନ୍ଦ୍ରପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଚନ୍ଦ୍ରପୁର /ରାୟଗଡ:- ତା. ୧୯-୦୫-୨୦୨୫ରିଖ ଦିନ ଚନ୍ଦ୍ରପୁର ବ୍ଲକ ସଦଭାବନା ସଭାଗୃହ ରେ ଜିଲ୍ଲାପାଳ, ରାୟଗଡ଼ ପାରୁଲ ପଟୱାରୀଙ୍କ ନିର୍ଦ୍ଦେଶକ୍ରମେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମୂଲ୍ୟ କୁମାର ଧର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହୋତା, ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ୱାବଧାନ ରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଆଜି ମୋଟ ୧୫ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୦୮ଟି ବ୍ୟକ୍ତିଗତ, ୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ପାଇବା ପରେ ସମସ୍ୟା ଗୁଡିକୁ ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅଭିଯୋଗ ଶିବିରରେ ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଗୁଣପୁର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ପ୍ରାଣିଧନ ଚିକତ୍ସା ଅଧିକାରୀ ଡାକ୍ତର ଦେବରାଜ ନାୟକ, ଜଳ ବିଭାଜିକା ମିଶନର ପ୍ରକଳ୍ପ ନିର୍ଦେଶକ ଶ୍ରୀ ଦାମୋଦର ପାଣିଗ୍ରାହୀ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶିବଶଙ୍କର ଚୌଧୁରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭଜନ ଲାଲ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ପ୍ରଗ୍ରାମ ଅଧିକାରୀ କଳ୍ପନା ମହାକୁଡ଼ ଏବଂ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ l

ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣି ସହାୟକ ଅଚ୍ୟୁତାନନ୍ଦ ଲିମା ଶିବିର ପରିଚାଳନା କରିଥିବା ବେଳେ ଚନ୍ଦ୍ରପୁର ଥାନା ଅଧିକାରୀ ଆଇନ ଶୃଙ୍ଖଳା ରକ୍ଷା କରିଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜିଲ୍ଳାସ୍ତରୀୟ ୭୭ତମ ଗଣତନ୍ତ୍ର ଦିବସ ପାଳିତ :

Sunil Chandra Nayak

ଆଧୁନିକ ନାଟକର ବାର୍ତ୍ତାବହ କାଳୀଚରଣ ପଟ୍ଟନାୟକ ଓ ରକ୍ତମାଟି ସଂପର୍କରେ ଆଲୋଚନାଚକ୍ର

Sunil Chandra Nayak

ବିଜୁବାବୁଙ୍କ ଜୟନ୍ତୀ ଅବସରରେ  ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଆରମ୍ଭ

Sunil Chandra Nayak

Leave a Comment

error: Content is protected !!