ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଠାରେ ନୂତନ ରାସନ୍ କାର୍ଡ ବଣ୍ଟନ ମୁଖ୍ୟ ଅତିଥି ରୂପେ ଯୋଗଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ 

ନବରଙ୍ଗପୁର ଠାରେ ନୂତନ ରାସନ୍ କାର୍ଡ ବଣ୍ଟନ

ମୁଖ୍ୟ ଅତିଥି ରୂପେ ଯୋଗଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ 

ନବରଙ୍ଗପୁର:(ତା ୨୪.୫.୨୦୨୫)(ରବି ନାରାୟଣ ମହାନ୍ତି) ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହରେ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ଜିଲ୍ଲା ର ବିଭିନ୍ନ ବ୍ଲକ ରୁ ଆସିଥିବା ୪୬ ଜଣଙ୍କୁ ନୂତନ ରାସନ୍ କାର୍ଡ ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ନବରଙ୍ଗପୁର ଗୌରୀ ଶଙ୍କର ମାଝୀ,ମାନ୍ୟବର ବିଧାୟକ ଝରିଗାଁ ନରସିଂହ ଭତରା, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ, ମୂଖ୍ୟ ଉନ୍ନୟନ ଅଧିକାରୀ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ସାଂସଦ ପ୍ରତିନିଧି କୁଞ୍ଜ ବିହାରୀ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ।ପ୍ରଥମେ ଜିଲ୍ଲା ଯୋଗାଣ ଅଧିକାରୀ ଅଜୟ ମଲ୍ଲିକ ସ୍ଵାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ଉପରେ ବିଶେଷ ତଥ୍ୟ ରଖିଥିଲେ। ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ଉପସ୍ଥିତ ଜିଲ୍ଲାର ନୂତନ ରାସନ୍ କାର୍ଡ ହିତାଧକାରୀଙ୍କୁ ସ୍ବାଗତ ଜଣାଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ଉଲ୍ଳେଖ କରିବା ସହ ଏଥିରେ ସାମିଲ ହୋଇ ସୁବିଧା ପାଇବାକୁ କହିଥିଲେ ।ପୂର୍ବରୁ ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ବିଜ୍ଞାନ କାରିଗରୀ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗ ଦେବାର ନିର୍ଦ୍ଧାରିତ ହୋଇଥିଲା କିନ୍ତୁ ହେଲିକପ୍ଟର ଉଡାଣରେ କିଛି ବୈଷୟିକ ତ୍ରୁଟି ଦେଖାଦେବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ। ନବରଙ୍ଗପୁର ଜିଲ୍ଲାରେ ବର୍ତ୍ତମାନ ୧୦,୦୭୨ ଜଣଙ୍କୁ ନୂତନ ରାସନ୍ କାର୍ଡ ପ୍ରଦାନ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।ବର୍ତ୍ତମାନ ପର୍ୟ୍ୟନ୍ତ ୫୭୨୦ ଜଣ ଆବେଦନକାରୀ ନିଜର ନାମ ପଞ୍ଜିକରଣ କରିଛନ୍ତି। ସେଥିମଧ୍ୟରୁ ୩୨୦୦ ଜଣଙ୍କ ଆବେଦନ ପତ୍ର ଯାଞ୍ଚ ପ୍ରକ୍ରିୟା କରି ନୂତନ ରାସନ୍ କାର୍ଡ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯାଉଛି।ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ହିତାଧିକାରୀ ମାନଂକ ସହ ବିଭିନ୍ନ ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି,ଯୋଗାଣ ବିଭାଗ ର କର୍ମଚାରୀ ଉପସ୍ଥିତ ଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ରାଇରଙ୍ଗପୁରରେ ଉପଖଣ୍ଡ ସ୍ତରୀୟ ୭୦ ତମ ସର୍ବଭାରତୀୟ ସମବାୟ ସପ୍ତାହ 

masiha

ରାୟଗଡାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ

masiha

ଖଇରା ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ଓ ସମ୍ୱର୍ଦ୍ଧନା ପର୍ବ

Sunil Chandra Nayak

Leave a Comment

error: Content is protected !!