ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ଉପଖଣ୍ଡ ସାମ୍ବାଦିକ ସଙ୍ଘ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି 

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା
ଉପଖଣ୍ଡ ସାମ୍ବାଦିକ ସଙ୍ଘ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି 

କାମାକ୍ଷାନଗର (ମନିସ)26/5/25 —  ବଲାଙ୍ଗୀର ଜିଲ୍ଲା ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣକୁ ଦୃଢ ନିନ୍ଦା କରିଛି କାମାକ୍ଷାନଗର ଉପଖଣ୍ଡ ସାମ୍ବାଦିକ ସଂଘ । ଉପଖଣ୍ଡ ସାମ୍ୱାଦିକ ସଂଘ ସଭାପତି ଶୁଭମୟ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଅଶ୍ୱନୀ କୁମାର ସାହୁ ଯୋଗ ଦେଇ ସାଂପ୍ରତୀକ ପରିସ୍ଥିତିରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରତି ହେଉଥିବା ଆକ୍ରମଣ ସଂପର୍କରେ ଆଲୋକପାତ କରି ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକର କୁଲଫିପାଲି ଠାରେ ସାମ୍ୱାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ସଂପର୍କରେ ସୂଚନା ପ୍ରଦାନ କରିଥିଲେ l ଖବର ସଂଗ୍ରହ ସମୟରେ ଏପରି ଅପ୍ରିତିକର ସ୍ଥିତିର ସାମ୍ବାଦିକମାନେ ବାରମ୍ବାର ସାମ୍ନା କରୁଛନ୍ତି। ସେଥିପାଇଁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଶୀଘ୍ର ଲାଗୁ କରିବାକୁ ସଂଘ ଦାବି କରିଛି। ଆୟୋଜିତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପ୍ରହ୍ଲାଦ ମୁଦୁଲି, ସୌମ୍ୟରଞ୍ଜନ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଶେଷରେ ସାଧାରଣ ସଂମ୍ପାଦକ ପ୍ରକାଶ କୁମାର ପାତ୍ର ଧନ୍ୟବାଦ ଦେଇଥିଲେ ।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଜୀବନ ସୁଖମୟ କିନ୍ତୁ ତଥାସ୍ତୁମୟ ନୁହେଁ… ଧାମରା ସଂଘରେ ଗ୍ରୀଷ୍ମ କବିତା ଆସର…

Sunil Chandra Nayak

ଷ୍ଟ୍ରବେରୀ ଗାଁ ବାରବୁଲୀ : ଆତ୍ମ ନିର୍ଭର ପଥେ ନିୟମଗିରିର ଆଦିମ ଜନଜାତି ମହିଳା

Sunil Chandra Nayak

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ରୋଷେୟା ଏବଂ ସେବାୟତ ସଂଘର ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ 

masiha

Leave a Comment

error: Content is protected !!