ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡାରେ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

ଗୋଲାମୁଣ୍ଡାରେ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୮୯ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୫୨ ଗୋଟି ଓ ସାମୂହିକ ୩୪ ଗୋଟି ରହିଥିବା ବେଳେ ୧୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା, ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରଯାଇଥିଲା । ଏହି ଯୁଗ୍ମ ଜନଶୁଣାଣି ଶିବିରରେ ଭତ୍ତା,ପ୍ରଧାନମନ୍ତ୍ରୀ ଆବାସ, ପାନୀୟଜଳ, ଜମିବିବାଦ, ରାଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା,ବ୍ୟାଙ୍କ୍, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ,ଉପ ଜିଲ୍ଲାପାଳ ଧର୍ମଗଡ଼, ଧୀମାନ ଚକମା, ପ୍ରୋବେସନ୍ ରେ ଥିବା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ, ଅନିମେସ ପ୍ରଧାନ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ବିନ୍ଦୁ ମହାନନ୍ଦ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ଵନାଥ ରାଉତ,ତହସିଲଦାର,ଚନ୍ଦନ କୁମାର ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ମିନତୀ ଲତା ଦାସ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ପି ଏ ଆଇ ଟି ଡି ଏ, ପ୍ରଦ୍ୟୁମ୍ନ କୁମାର ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମୁଜୀବୁନ ନିଶା,ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ‘ବାମନଘାଟୀ ବ୍ରାହ୍ମଣ ମହାସଭା’ ଆନୁକୁଲ୍ୟରେ ନିଃଶୁଳ୍କ ଖେଚୁଡ଼ି ଅନ୍ନ ପ୍ରସାଦ ବଣ୍ଟନ ସେବା 

Sunil Chandra Nayak

ବିମାନ ବନ୍ଦର ସମ୍ପ୍ରସାରଣ ମାମଲା ବିସ୍ଥାପିତ ହେବାକୁ ଥିବା ଲୋକଙ୍କୁ ଆବାସ ଯୋଜନା ମାଧ୍ୟମରେ ଥଇଥାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ ଦୁର୍ଗାଚରଣ ତନ୍ତୀ

Sunil Chandra Nayak

ହିନ୍ଦୋଳ ମହାବିଦ୍ୟାଳୟରେ ବିଭିନ୍ନ ବିଭାଗର ପାଠଚକ୍ର

Sunil Chandra Nayak

Leave a Comment

error: Content is protected !!