ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇଘର ଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ରାଇଘର ଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:(ତା୨୭.୦୫.୨୦୨୫)(ରବି ନାରାୟଣ ମହାନ୍ତି)ଆଜି ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ବି ଡି ଓ ଲକ୍ଷ୍ମୀ ସାଗର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦି ବ୍ୟାଙ୍ଗ ମାନଙ୍କୁ ୧୮ ଟି ହୁଇଲ୍ ଚେୟାର ଏବଂ ୩୦ ଟି ଶ୍ରବଣ ଯନ୍ତ୍ର ପ୍ରଦାନ କରଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଜୟ ବାଲାଜି ଷ୍ଟିଲ କାରଖାନା ସମ୍ପ୍ରସାରଣକୁ ଗ୍ରାମବାସୀଙ୍କ ପ୍ରବଳ ବିରୋଧ

Sunil Chandra Nayak

ମ.ରାମପୁରରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦

Sunil Chandra Nayak

ଗୁଳୁଦିଆରେ ସଵର୍ଣ୍ଣଙ୍କ ଦ୍ବାରା ଅସଵର୍ଣ୍ଣଙ୍କୁ ମନ୍ଦିର ପ୍ରଵେଶ ମନା, ଲୋହିଆ ସଭାପତି ପ୍ରମିଳାଙ୍କ ନିନ୍ଦା

masiha

Leave a Comment

error: Content is protected !!